www.samajalive.in
Saturday, December 13, 2025
15.1 C
Bhubaneswar

ପାଇକ ବିଦ୍ରୋହର ମୁଖ୍ୟ କର୍ଣ୍ଣଧାର ଥିଲେ ବିପ୍ଳବୀ ବକ୍ସି ଜଗବନ୍ଧୁ

ଭୁବନେଶ୍ୱର: ଓଡ଼ିଶାର ଶେଷ ସ୍ୱାଧୀନତା ବଜାୟ ରଖିବା ପାଇଁ ଉତ୍କଳଜନନୀର ଯେଉଁ କେତେଜଣ ବୀର ସୁଯୋଗ୍ୟ ସନ୍ତାନ ଇଂରେଜମାନଙ୍କ ସହ ସଂଗ୍ରାମ କରିଥିଲେ, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଅନ୍ୟତମ। ପାଇକ ବିଦ୍ରୋହର ମୁଖ୍ୟ କର୍ଣ୍ଣଧାର ଥିଲେ ବିପ୍ଳବୀ ବକ୍ସି ଜଗବନ୍ଧୁ । ବକ୍ସି ଜଗବନ୍ଧୁଙ୍କର ବଳିଷ୍ଠ ନେତୃତ୍ୱ, ଅସୀମ ତ୍ୟାଗ, ବୀରତ୍ୱ, ଦେଶପ୍ରେମ ତଥା ଆତ୍ମୋତ୍ସର୍ଗ ଓଡ଼ିଶା ଇତିହାସର ଏକ ଗୌରବପୂର୍ଣ୍ଣ ରକ୍ତରଞ୍ଜିତ ଅଧ୍ୟାୟ। ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ଇଂରେଜମାନଙ୍କ ଅନ୍ୟାୟ ନୀତି ଓ ନିର୍ଯାତନା ବିରୁଦ୍ଧରେ ପାଇକମାନେ ବିଦ୍ରୋହ କରିଥିଲେ। ପାଇକ ବିଦ୍ରୋହ ଇଂରେଜ କର୍ତ୍ତୃପକ୍ଷଙ୍କୁ ବିବ୍ରତ ଓ ବିଚଳିତ କରିଦେଇଥିଲା। ପରିସ୍ଥିତିର ଚାପରେ ଶେଷରେ ବକ୍ସି ଜଗବନ୍ଧୁ ଇଂରେଜମାନଙ୍କ ଦ୍ୱାରା ଗୃହବନ୍ଦୀ ହୋଇ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସେହି କର୍ମବୀର ସର୍ବଦା ଆମର ପ୍ରାତଃସ୍ମରଣୀୟ ହୋଇରହିଥିବେ।

ଆଜି ଭୁବନେଶ୍ୱରସ୍ଥିତ ମ୍ୟୁଜିୟମ୍‌ ଛକଠାରେ ବକ୍ସି ଜଗବନ୍ଧୁଙ୍କ ସ୍ମୃତିକୁ ସ୍ମରଣ କରି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ବିଭାଗୀୟ ନିର୍ଦ୍ଦେଶକ(ବୈଷୟିକ) ନିରଞ୍ଜନ ସେଠୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବିଭାଗ ତରଫରୁ ପ୍ରତିମୂର୍ତ୍ତି ସ୍ଥଳକୁ ସଜ୍ଜିତ କରାଯାଇ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଏବଂ ବହୁ ବିଭାଗୀୟ ଅଧିକାରୀମାନେ ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ କୋଭିଡ୍‌ ମାର୍ଗଦର୍ଶିକା ଆଧାରରେ ଅନୁଷ୍ଠିତ ହୋଇଥିଲା।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories