www.samajalive.in
Saturday, December 6, 2025
14.1 C
Bhubaneswar

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଆମେ ପ୍ରସ୍ତୁତ; ଏସ୍‌ଏଆର୍‌ସି ବିଷ୍ଣୁପଦ ସେଠୀ

ଭୁବନେଶ୍ବର : ଲଗାଣ ବର୍ଷା ଯୋଗୁଁ ତେଲ ନଦୀରେ ଜଳସ୍ତର ସାମାନ୍ୟ ହ୍ରାସ ପାଇଥିବା ବେଳେ ମହାନଦୀ ଏବଂ ଏହାର ଶାଖା ନଦୀ ଗୁଡିକରେ ଜଳସ୍ତର କ୍ରମଶଃ ବୃଦ୍ଧି ପାଉଛି । ରାଜ୍ୟରେ ସାମାନ୍ୟ ଧରଣର ବନ୍ୟା ସୃଷ୍ଟି କରିବାର ସମ୍ଭାବନା ରହିଛି ଏବଂ ଏଥିପାଇଁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ଏକ ସମ୍ବାଦିକ ସମ୍ମିଳନୀରେ ଏସ୍‌ଆର୍‌ସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି । ଏହା ସହ ସେ ଆହୁରି କହିଛନ୍ତି ଯେ, ସମ୍ବେଦନଶୀଳ ସ୍ଥାନ ଗୁଡିକରେ କୌଣସି ପ୍ରକାରର ଅପ୍ରିତିକର ପରିସ୍ଥିତର ମୁକାବିଲ କରିବା ପାଇଁ ଓଡ୍ରାଫ୍ ଟିମ୍‌କୁ ସଜାଗ ରଖାଯାଇଛି । ଇତି ମଧ୍ୟରେ ସମ୍ଭାବିତ ବନ୍ୟା ହେବାକୁ ଥିବା ଅଞ୍ଚଳଗୁଡିକରୁ ପ୍ରାୟ ୫୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ୨୪ ଘଣ୍ଟାରେ ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି। ବଲାଙ୍ଗୀର ବ୍ଲକରେ ସର୍ବାଧିକ ୫୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ୧୭ଟି ବ୍ଲକରେ ୧୦୦ରୁ ୨୦୦ ମିଲିମିଟର ବର୍ଷା ହୋଇଛି ବୋଲି ଏସ୍‌ଏଆର୍‌ସି ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories