www.samajalive.in
Monday, December 8, 2025
27.1 C
Bhubaneswar

ବର୍ଷାଜନିତ ପରିସ୍ଥିତି ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ଖାଲୁଆ ଅଞ୍ଚଳଗୁଡିକ ଜଳପ୍ଳାବିତ ହେବା ଆଶଙ୍କା ରହିଛି। ତାହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲାପାଳ ପୂର୍ଣ୍ଣ ପ୍ରସ୍ତୁତ ଓ ସତର୍କ ରହିବାକୁ ରାଜ୍ୟର ସ୍ୱତନ୍ତ୍ର ରିଲଫ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଓ ବନ୍ୟା ପାଣି ଯଦି ଗ୍ରାମ ଓ ଜନବସତି ମଧ୍ୟକୁ ପ୍ରବେଶ କରେ ତେବେ ଜନସାଧାରଣଙ୍କୁ ସେଠାରୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବାକୁ ଜରୁରୀକାଳୀନ ଭିତ୍ତିରେ ପଦକ୍ଷେପ ନେବା, ସେମାନଙ୍କୁ ରନ୍ଧା / ଶୁଖିଲା ଖାଦ୍ୟ ଏବଂ ରିଲିଫ କୋଡ ଭିତ୍ତିରେ ଅନ୍ୟାନ୍ୟ ମୌଳିକ ସାମଗ୍ରୀ ଯୋଗାଇଦେବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବର୍ଷା / ବନ୍ୟା କାରଣରୁ ଯୋଗାଯୋଗ / ସଡକର କ୍ଷତି ଘଟିଲେ ତାହାକୁ ତୁରନ୍ତ ମରାମତି କରାଯାଇ ପୁନଃବାହାଲ କରିବାକୁ ମଧ୍ୟ କୁହାଯାଇଛି।
ଇତିମଧ୍ୟରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ନୂଆପଡା, ବଲାଙ୍ଗିର ଏବଂ ବରଗଡ ଆଦି ଜିଲାରେ ଆଗାମୀ ତିନିଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ଏହି ସମୟ ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ। ସେଥିପାଇଁ ଏହି ସମସ୍ତ ଅଞ୍ଚଳର ଜନସାଧାରଣ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories