www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ଅବପାତ, କାଲି ବାତ୍ୟା ରୂପ ନେବ ଲଘୁଚାପ; ଉତ୍ତର ଓଡ଼ିଶା ଉପକୂଳକୁ ବିପଦ ହୋଇପାରେ-ଏସଆରସି

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସନ୍ଧ୍ୟାରେ ଅବପାତ ରୂପ ନେବ। ଏହା ଶନିବାର ସନ୍ଧ୍ୟା ବେଳକୁ ସାମୁଦ୍ରିକ ଝଡ଼ ରୂପ ନେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିବା ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା କହିଛନ୍ତି। ସାମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ଏସଆରସିଙ୍କ ସୂଚନା ଅନୁସାରେ, ଅବପାତ ବାତ୍ୟା ରୂପ​‌ ନେବା ପରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୧୭ ତାରିଖ ସନ୍ଧ୍ୟା ପରେ ତାହା ପୁଣି ଦିଗ ପରିବର୍ତ୍ତନ କରି ଉତ୍ତର-ପୂର୍ବ ଦିଗକୁ ଗତି କରିବ। ବାତ୍ୟା କେଉଁ ସ୍ଥାନରେ ଲ୍ୟାଣ୍ଡଫଲ୍‌ କରିବ ତାହା ଜଣାପଡ଼ି ନାହିଁ। ପଶ୍ଚିମବଙ୍ଗ, ବାଂଲାଦେଶ କିମ୍ବା ଅନ୍ୟ କେଉଁ ସ୍ଥାନରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ।

ଏସଆରସି କହିଛନ୍ତି ଯେ, ବ୍ୟାତ୍ୟା ଯୋଗୁ ଉତ୍ତର ଓଡ଼ିଶା ପ୍ରଭାବିତ ହୋଇପାରେ। ଆମେ ନିୟମିତ ଭାବେ ଏହା ଉପରେ ନଜର ରଖିଛୁ। ଆଶ୍ରୟସ୍ଥଳଗୁଡ଼ିକୁ ଠାବ କରିବାକୁ ଜିଲାପାଳଙ୍କୁ କହିଛୁ। ଆବଶ୍ୟକ ପଡ଼ିଲେ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ସରପଞ୍ଚ ଏବଂ ସ୍କୁଲ ଶିକ୍ଷକ ସେଲ୍‌ଟର ହୋମ୍‌ ଦାୟିତ୍ଵରେ ରହିବେ। ପୁଲିସ, ଅଗ୍ନିଶମ, ଏନଡିଆରଏଫ ସହିତ ପ୍ରାଥମିକ ଆଲୋଚନା ହୋଇଛି। ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର ଓ ଭଦ୍ରକ ଆଦି ୪ ଉପକୂଳ ଜିଲାର ଜିଲାପାଳଙ୍କ ସହ ମଧ୍ୟ ଆଲୋଚନା କରିଛୁ। ୧୫ ତାରିଖରୁ ଗଭୀର ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ସେହିପରି ସମବାୟ, ଶକ୍ତି, ଜଳସମ୍ପଦ ବିଭାଗକୁ ସତର୍କ ରହିବାକୁ କୁହାଯାଇଛି। ବାତ୍ୟା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ ନାହିଁ ବୋଲି ଆଶା ଥିବା ଏସଆରସି କହିଛନ୍ତି। ବାତ୍ୟା ପରିସ୍ଥିତି ସୃଷ୍ଟି ହେଲେ ଏହାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ଗଜପତିରୁ ମୟୂରଭଞ୍ଜ ପର୍ଯ୍ୟନ୍ତ ୧୨ ଜିଲାକୁ ସତର୍କ କରାଯାଇଛି। ସାମ୍ଭାବ୍ୟ ବାତ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ଏସଆରସି କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories