www.samajalive.in
Sunday, December 14, 2025
26.1 C
Bhubaneswar

ମୟୂରଭଞ୍ଜ ଓ ବାଲେଶ୍ବରରେ ନିଶ୍ଚିତ ହେବ ବନ୍ୟା: ଏସଆରସି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ଏସଆରସି ପ୍ରତିକ୍ରିୟା ରଖିଛନ୍ତି । ମୟୂରଭଞ୍ଜ ଓ ବାଲେଶ୍ବରରେ ବନ୍ୟା ନିଶ୍ଚିତ ହେବା ନେଇ ଏସଆରସି ପ୍ରଦୀପ ଜେନା ଦୃଢ଼ୋକ୍ତି ବାଢ଼ିଛନ୍ତି । ଏସଆରସିଙ୍କ କହିବା ଅନୁଯାୟୀ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇଛି । ଝାଡ଼ଖଣ୍ଡରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ତେଣୁ ସୁବର୍ଣ୍ଣରେଖା ଅବବାହିକାରେ ନିଶ୍ଚିତ ବନ୍ୟା ହେବ ବୋଲି ସେ କହିଛନ୍ତି । ବର୍ତ୍ତମାନ ଗାଲୁଡିହି ବ୍ୟାରେଜରେ ୧୬ଟି ଗେଟ୍‌ ଖୋଲା ରହିଛି । ଫଳରେ ପ୍ରାୟ ୫ଲକ୍ଷ କ୍ୟୁସେକ୍‌ ବନ୍ୟାପାଣି ଆସୁଛି । ତେଣୁ ଏହି ଜିଲ୍ଳାରେ ବନ୍ୟାର ପ୍ରକୋପ ଟିକେ ଅଧିକ ରହିବ ବୋଲି କହିଛନ୍ତି ଏସଆରସି । ତାହାଛଡ଼ା ବନ୍ୟା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଥିବା ବେଳେ, ୫୮ଟି ଅତିରିକ୍ତ ରେସ୍କ୍ୟୁ ଟିମ୍‌ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ପଠାଯାଇଛି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories