www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ୍‌ କଟକଣାରେ ହେବ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା

ଭୁବନେଶ୍ବର: କୋଭିଡ୍‌ କଟକଣାରେ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ୬୦ବର୍ଷରୁ ଊର୍ଦ୍ଧ୍ବ ଓ ୧୦ବର୍ଷରୁ କମ୍‌ ଶ୍ରଦ୍ଧାଳୁଙ୍କୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ବାରଣ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତ୍ଵ ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ବୋଲି ବିଡିଏ କାର୍ଯ୍ୟାଳୟ​‌େ​‌ର ପ୍ରସ୍ତୁତି ବୈଠକ ପରେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସୂଚନା ଦେଇଛନ୍ତି। ଶ୍ରଦ୍ଧାଳୁଙ୍କୁ ଗର୍ଭ ଗୃହକୁ ପ୍ରବେଶ ମନା କରାଯାଇଥିବାବଳେ ସେମାନେ ଆଡ଼ କାଠରେ ରହି ଠାକୁର ଦର୍ଶନ କରିପାରିବେ। ଶ୍ରଦ୍ଧାଳୁମାନେ ସମ୍ପୂର୍ଣ୍ଣ ବ୍ୟାରିକେଡ୍‌ ଭିତରେ ନିୟମ ଅନୁଯାୟୀ ଦର୍ଶନ କରିପାରିବେ। ଶ୍ରଦ୍ଧାଳୁଙ୍କ ପାଇଁ ଛାଇ ଓ ପିଇବା ପାଣି ବ୍ୟବସ୍ଥା କରାଯିବ ବୋଲି ବିଏମ୍‌ସି କମିଶନର ପ୍ରକାଶ କରିଛନ୍ତି।

ଚଳିତବର୍ଷ କୋଭିଡ୍‌ ଗାଇଡ୍‌ଲାଇନ୍‌ ଭିତରେ ଲିଙ୍ଗରାଜ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କର ଜାଗର ଯାତ୍ରା କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆଜି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ମହାଶିବରାତ୍ରୀରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତି ଓ ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ମନ୍ଦିର ଭିତରେ ପ୍ରବେଶକୁ ବାରଣ କରାଯାଇଛି। ଯେଉଁ ଶ୍ରଦ୍ଧାଳୁମାନେ ଶ୍ରୀଲିଙ୍ଗରାଜମନ୍ଦିର ଭିତରକୁ ଯିବେ, ସେମାନେ ଗର୍ଭଗୃକୁ ଯାଇପାରିବେ ନାହିଁ। କେବଳ ଆଡ଼କାଠରେ ରହି ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିପାରିବେ। ସମ୍ପୂର୍ଣ୍ଣ ବ୍ୟାରିକେଡ୍‌ ଭିତରେ କୋଭିଡ୍‌ ନିୟମ ଅନୁସାରେ ଶ୍ରଦ୍ଧାଳୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ଛାଇ ଓ ପିଇବା ପାଣିର ବ୍ୟବସ୍ଥା କରାଯିବ। ମନ୍ଦିର ଭିତରେ ପ୍ରବେଶ ପୂର୍ବରୁ ଶ୍ରଦ୍ଧାଳୁଙ୍କର ସ୍କ୍ରିନିଂ କରାଯିବ। ଯେଉଁମାନଙ୍କଠାରେ କରୋନା ଲକ୍ଷଣ ଦେଖାଯିବ, ସେହିଠାରେ ସେମାନଙ୍କର ଆଣ୍ଟିଜେନ୍‌ ଟେଷ୍ଟ କରାଯିବ ଏବଂ ରିପୋର୍ଟ ପଜିଟିଭ୍‌ ଆସିଲେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଏମ୍‌ସି କମିଶନର କହିଛନ୍ତି। ଏହି ବୈଠକରେ ଲିଙ୍ଗରାଜ ମନ୍ଦିରର ୩ ନିଯୋଗ, ବିଏମସି କର୍ତ୍ତୃପକ୍ଷ, ଲିଙ୍ଗରାଜ ମନ୍ଦିର ନିର୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories