www.samajalive.in
Tuesday, December 9, 2025
26.1 C
Bhubaneswar

କଂଗ୍ରେସରୁ ଶ୍ରୀକାନ୍ତ ଜେନା ଓ କୃଷ୍ଣ ସଗରିଆ ବହିଷ୍କୃତ

ଭୁବନେଶ୍ୱର : କଂଗ୍ରେସରୁ ବରିଷ୍ଠ ନେତା ଶ୍ରୀକାନ୍ତ ଜେନା ଓ କୃଷ୍ଣ ସଗରିଆଙ୍କୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ ମନ୍ତବ୍ୟ ଏବଂ ବିଶୃଙ୍ଖଳା ପାଇଁ ସେମାନଙ୍କୁ ଦଳର ପ୍ରାଥମିକ ସଦସ୍ୟତା ପଦରୁ ବହିଷ୍କୃତ କରାଯାଇଥିବା ଦର୍ଶାଯାଇଛି। ନିଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ନିର୍ଦେଶ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଶନିବାର ରାତିରେ ଶୃଙ୍ଖଳା କମିଟି ଆବାହକ ଅନନ୍ତ ସେଠୀ ସୂଚନା ଦେଇଛନ୍ତି।
ଗତ କିଛି ଦିନ ଧରି ଶ୍ରୀକାନ୍ତ ଏବଂ କୃଷ୍ଣ ସଗରିଆ ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେଇ ଆସୁଥିଲେ। ଅନନ୍ତ ସେଠୀ କହିଛନ୍ତି ଯେ ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେବା ଏବଂ ବିଶୃଙ୍ଖଳିତ ଆଚରଣ ଦେଖାଇବା ପାଇଁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା ଏବଂ କୋରାପୁଟ ବିଧାୟକ କୃଷ୍ଣ ସଗରିଆଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories