www.samajalive.in
Sunday, December 7, 2025
13.1 C
Bhubaneswar

ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତା ପ୍ରଦାନ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ: କରୋନା ପାଇଁ ଶ୍ରୀମନ୍ଦିର ଶ୍ରଦ୍ଧାଳୁଙ୍କ ଲାଗି ବନ୍ଦ ରହିଛି। ତେଣୁ ଶ୍ରୀମନ୍ଦିର ସେବାୟତଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତ୍ୟକ ସେବାୟତଙ୍କୁ ୧୦ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ମୋଟ ୨୪୬୩ ସେବାୟତଙ୍କୁ ପ୍ରତ୍ୟେକ ୧୦ହଜାର ଲେଖାଏଁ ପ୍ରଦାନ କରାଯିବ। ମୋଟ ୨କୋଟି ୪୬ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ନୀତି ପ୍ରଶାସକ ସୂଚନା ଦେଇଛନ୍ତି।

 

- Advertisement -

କୋଭିଡ୍ -୧୯ ମୁକାବିଲା ଲାଗି ଶ୍ରୀଜଗନ୍ନାଥ ମନ୍ଦିର ବନ୍ଦ ରହିଥିବାରୁ ସେବାୟତମାନଙ୍କ ଆର୍ଥିକ ଅବସ୍ଥା ଉପରେ ଏହାର ପ୍ରଭାବ ପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ସେବାୟତଙ୍କୁ ଗତ ବର୍ଷ ମଧ୍ୟ ୧୦, ୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯାଇଥିଲା। ଏହି ଟଙ୍କା ଦୁଇଟି କିସ୍ତିରେ ପ୍ରଦାନ କରାଯାଇଥିଲା। ମହାମାରୀ କରୋନା ଯୋଗଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିଛି। ଯାହା ସେବାୟତମାନଙ୍କ ଆର୍ଥିକ ସ୍ଥିତକୁ ଦୁର୍ବଳ କରିଦେଇଛି। ଏଣୁ ଏହି ବିପତ୍ତି ସମୟରେ ଶ୍ରୀମନ୍ଦିର ପ୍ରଶାସନ ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories