www.samajalive.in
Monday, December 8, 2025
24.1 C
Bhubaneswar

ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର, ପରିଚୟପତ୍ର ଦେଖାଇ କରିପାରିବେ ପ୍ରବେଶ

ଭୁବନେଶ୍ବର: ଆସନ୍ତାକାଲିଠାରୁ ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ଖୋଲାଯିବା ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲାପାଳ, ଆରକ୍ଷୀ ଅଧିକ୍ଷକ, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଆସନ୍ତାକାଲି ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ବାର ଖୋଲିବ ଏବଂ ପରିଚୟ ପତ୍ର ଦେଖାଇ ପୁରୀବାସୀ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ଆବଶ୍ୟକ ହେଲେ ପରବର୍ତ୍ତୀ ସମୟରେ ଅନ୍ୟ ଦୁଇ ଦ୍ବାର ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି ।

ପୁରୀ ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି ଯେ ଆସନ୍ତାକାଲିଠାରୁ ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର ଖୋଲିବ। ପୁରୀବାସୀ ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ବାରରେ ପ୍ରବେଶ କରିପାରିବେ ବୋଲି ଆଜିର ବୈଠକରେ ନିଷ୍ପତ୍ତି ହୋଇଛି। ଉତ୍ତର ଦ୍ବାର ଓ ଦକ୍ଷିଣ ଦ୍ବାର କାମ ଚାଲିଥିବାରୁ କାର୍ଯ୍ୟ ଶେଷ ହେବାପରେ ତାହା ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉପଜିଲାପାଳ ଶ୍ରୀ ସାହୁ ପ୍ରକାଶ କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories