www.samajalive.in
Saturday, December 6, 2025
19.1 C
Bhubaneswar

ଖୁବ୍‌ଶୀଘ୍ର ଖୋଲିବ ରତ୍ନଭଣ୍ଡାର: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ନେଇ ଦ୍ବନ୍ଦ୍ବ ଲାଗିରହିଛି। ରତ୍ନଭଣ୍ଡାର କେବେ ଖୋଲିବ ‌ସେ ସଂକ୍ରାନ୍ତରେ ବିଭାଗୀୟ ମନ୍ତ୍ରୀ, ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ କୌଣସି ସ୍ପଷ୍ଟ ସୂଚନା ଦେଉନାହାନ୍ତି। ସମୟ ଗଡ଼ିବା ସହିତ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ବି ଅଧିକ ଜଟିଳ ହେବାରେ ଲାଗିଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ କୌଣସି ନିର୍ଦିଷ୍ଟ ସମୟ ନେଇ ସ୍ପଷ୍ଟ ସୂଚନା ଦେଇନାହାନ୍ତି। ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଖୋଲିବ ବୋଲି ସେ କହିଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାର ସହ କୋଟି କୋଟି ଓଡ଼ିଆଙ୍କ ଭାବାବେଗ ଜଡ଼ିତ। ରତ୍ନଭଣ୍ଡାର ଖୋଲିବା ନେଇ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ଏହାକୁ ଖୋଲାଯିବ ଏବଂ ଏଥିରେ ଥିବା ସବୁ ବହୁମୂଲ୍ୟ ଅଳଙ୍କାର ଗଣତି କରାଯିବ ବୋଲି ଆଇନମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି। ରତ୍ନଭଣ୍ଡାର ଅଳଙ୍କାର ଗଣତି ପରେ ରିପୋର୍ଟକୁ ସାର୍ବଜନୀନ କରାଯିବ। ରତ୍ନଭଣ୍ଡାର କେଉଁଦିନ ଓ କିପରି ଖୋଲାଯିବ ସେନେଇ ମୋଡାଲିଟି ପ୍ରସ୍ତୁତ ହେଉଛି। ଶାସନକୁ ଆସିବା ପୂର୍ବରୁ ବିଜେପି ଯେଉଁ ପ୍ରତିଶ୍ରୁତିି ଦେଇଥିଲା ତାହା ନିଶ୍ଚୟ ପୂୂରଣ କରାଯିବ ବୋଲି ସେ କହିଛନ୍ତି। ଶ୍ରୀମନ୍ଦିର ପରିଚାଳନାକୁ ନେଇ ଏ ପର୍ଯ୍ୟନ୍ତ କୌଣସି ବିଭ୍ରାଟ ଦେଖାଦେଇନି। ମନ୍ଦିରର ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ ନିମନ୍ତେ ୩ମାସ ମଧ୍ୟରେ ଜଣେ ସ୍ଥାୟୀ ପ୍ରଶାସକଙ୍କୁ ନିଯୁକ୍ତି ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ ଅଧୀକ୍ଷକ ଡ. ଡି.ବି. ଗଡ଼ନାୟକଙ୍କୁ ପଚାରିବାରୁ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ସରକାରଙ୍କର। ଏ ସମ୍ପର୍କରେ ସେ କୌଣସି ମନ୍ତବ୍ୟ ଦେଇପାରିବେ ନାହିଁ ବୋଲି କହିଛନ୍ତି। ଜୁଲାଇ ୩ରେ ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବ ସରକାର ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଗଠନ କରିଥିବା କମିଟି ବୈଠକ ବସିବା ପାଇଁ ଚୂଡ଼ାନ୍ତ ହୋଇଛି। ବୈଠକରେ ରତ୍ନଭଣ୍ଡାର ଖୋଲିବା ସଂକ୍ରାନ୍ତରେ ଆଲୋଚନା କରାଯିବ। କିପରି ଖୋଲାଯିବ, କେଉଁମାନେ ଉପସ୍ଥିତ ରହିବେ, ରତ୍ନଭଣ୍ଡାରରେ ଥିବା ରତ୍ନ ଗଣତି ନେଇ ବୈଠକରେ ବିଶଦ ଆଲୋଚନା କରାଯିବ ବୋଲି କମିଟିର ଜଣେ ସଦସ୍ୟ ସୂଚନା ଦେଇଛନ୍ତି। ଏହି କମିଟି ବୈଠକ ପରେ ରତ୍ନଭଣ୍ଡାର ଖୋଲିବା ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସମ୍ପୃକ୍ତ ସଦସ୍ୟ କହିଛନ୍ତି। ଏ ସଂକ୍ରାନ୍ତରେ ରବିବାର ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିଆକର୍ଷଣ କରିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories