ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ସଂଶୋଧନକୁ ଚାଲେଞ୍ଜ

୪ ସପ୍ତାହ ମଧ୍ୟରେ ଜବାବ ରଖିବା ପାଇଁ ନିର୍ଦେଶ

କଟକ: ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ସଂଶୋଧନକୁ ବିରୋଧ କରି ଦାୟର ମାମଲାରେ ୪ ସପ୍ତାହେ ମଧ୍ୟରେ ଜବାବ ରଖିବା ପାଇଁ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ଓ ଜଷ୍ଟିସ ଆର.କେ.ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀପ କୁମାର ବରାଳଙ୍କ ଆବେଦନର ଶୁଣାଣି କରି ନିର୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଅଦାଲତ ପୂର୍ବରୁ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ପରିଚାଳନା କମିଟି, ଦେବୋତ୍ତର କମିସନ ଓ ଅନ୍ୟମାନଙ୍କୁ ନୋଟିସ୍ ଜାରି କରି ଜବାବ ଦାଖଲ ପାଇଁ ନିର୍ଦେଶ ଦେଇଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ଅଇନ,୧୯୫୪ର ଧାରା ୧୬(୨) ଆଧାରରେ ଗ୍ରହଣ କରାଯାଉଥିବା ପଦକ୍ଷେପର ଭବିଷ୍ୟତ ମାମଲାର ଚୂଡାନ୍ତ ଫଳାଫଳ ଉପରେ ନିର୍ଭର କରିବ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ମଙ୍ଗଳବାର ଶୁଣାଣି ସମୟରେ ଜବାବ ରଖିବା ପାଇଁ ସରକାର ମହଲତ ଲୋଡ଼ିଥିଲେ । ଅଦାଲତ ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୯ରେ ହେବା ପାଇଁ ଧାର୍ଯ୍ୟ କରି ଏପରି ନିର୍ଦେଶ ଦେଇଛନ୍ତି।

prayash

ମାମଲାର ବିବରଣୀରୁ ପ୍ରକାଶ ଯେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ରାଜ୍ୟ ସରକାର ନିକଟରେ ସଂଶୋଧନ ଆଣିଥିଲେ। ସଂଶୋଧନ ନେଇ ୨୦୨୨, ଜାନୁଆରୀ ୯ରେ ଅଧ୍ୟାଦେଶ ଜାରି କରାଯାଇଥିଲା। ମୂଳ ଆଇନରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଶ୍ରୀଜଗନ୍ନାଥଙ୍କ ନାମରେ ରହିଥିବା କୋଣସି ଅସ୍ଥାବର ସମ୍ପତ୍ତିର ଦଖଲରେ ଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ପୂର୍ବ ଅନୁମତି ବିନା ଏହାକୁ ବିକ୍ରି କରିପାରୁ ନ ଥିଲେ, ବା କାହାକୁ ଲିଜ୍ ସୂତ୍ରରେ ଦେଇ ପା‌ରୁ ନ ଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ଥିବା ଏଭଳି ବ୍ୟବସ୍ଥାରେ ସରକାର ସଂଶୋଧନ ଆଣି ଧାରା ୧୬(୨) ଯୋଡି ଥିଲେ। ସଂଶୋଧନ ପରେ ଶ୍ରୀଜଗନ୍ନାଥଙ୍କ ଅସ୍ଥାବର ସମ୍ପତ୍ତି ବିକ୍ରି ବା ଲିଜ୍‌ରେ ଦେବା ପାଇଁ ପରିଚାଳନା କମିଟିକୁ ଆଉ ରାଜ୍ୟ ସରକାରଙ୍କ ଅନୁମତି ନେବାକୁ ପଡ଼ିବନି। ଆଇନରେ ସଂଶୋଧନ ଆଣି ସରକାର ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଏପରି କ୍ଷମତା ପ୍ରଦାନ କରିବା ଦ୍ୱାରା ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ପ୍ରତି ବିପଦ ଦେଖାଦେଇଛି ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଆଇନରେ କରାଯାଇଥିବା ଜାନୁଆରୀ ୯ର ସଂଶୋଧନକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି।

kalyan agarbati

Comments are closed.