www.samajalive.in
Friday, December 5, 2025
23.1 C
Bhubaneswar

ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲା ଆତଙ୍କୀ, ଗୁଳି ବିନିମୟ ଜାରି

ଜମ୍ମୁ: ଜମ୍ମୁ-କାଶ୍ମୀର ଶ୍ରୀନଗରସ୍ଥିତ ଦାଚିଗାମ ବନାଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି। ସୁରକ୍ଷା ବାହିନୀଙ୍କ ଗୁଳିରେ ଜଣେ ଆତଙ୍କୀ ନିହତ ହୋଇଥିବା ଜଣାପଡ଼ିଛି। ଆତଙ୍କବାଦୀଙ୍କ ଆକ୍ରମଣର କଡ଼ା ଜବାବ ଦେଉଛନ୍ତି ସୁରକ୍ଷା ବାହିନୀ।

ସୂଚନା ଅନୁସାରେ, ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ସୁରକ୍ଷା ବାହିନୀ ଦାଚିଗାମ ଜଙ୍ଗଲର ଉପର ଅଞ୍ଚଳରେ ଘେରାଉ ଏବଂ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଆତଙ୍କବାଦୀ ନିଜକୁ ଘେରାବନ୍ଦୀ ହୋଇଥିବା ଜାଣି ସୁରକ୍ଷା ବାହିନୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀ ମଧ୍ୟ କଡ଼ା ଜବାବ ଦେଇଛନ୍ତି। ମିଳିଥିବା ସୂଚନା ମିଳିଥିବା ଅନୁଯାୟୀ, ସୁରକ୍ଷା ବାହିନୀଙ୍କ ଗୁଳିରେ ଜଣେ ଆତଙ୍କୀ ନିହତ ହୋଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories