www.samajalive.in
Sunday, December 14, 2025
15.1 C
Bhubaneswar

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସଏସଆର, ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି। ଏଥିଲାଗି ବିଭିନ୍ନ କାର୍ଯ୍ୟସୂଚୀ ନିର୍ଦ୍ଧାରିତ ହୋଇଛି।

ଆସନ୍ତା କାଲି ଅର୍ଥାତ ସେପ୍ଟେମ୍ବର ୧୪ରୁ ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ ବା ପରିବର୍ତ୍ତନ ହେବ। ୧୫ ତାରିଖରେ ସମନ୍ବିତ ଚିଠା ଭୋଟର ତାଲିକା ପ୍ରକାଶ କରାଯିବ। ଏହି ଦିନଠାରୁ ସେପ୍ଟେମ୍ବର ୨୯ ପର୍ଯ୍ୟନ୍ତ ଦାବି ଏବଂ ଆପତ୍ତି ଦାଖଲ କରାଯିବା ଲାଗି ଦିନ ଧାର୍ଯ୍ୟ ହୋଇଛି। ଅକ୍ଟୋବର ୭ରେ ଦାବି ଏବଂ ଆପତ୍ତିର ସମାଧାନ ହେବ। ଅକ୍ଟୋବର ୯ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ। ସୂଚନାଯୋଗ୍ୟ, ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପ​‌ରେ ଉକ୍ତ ଆସନ ଖାଲିପଡ଼ିଛି। ସେଠାରେ ୬ ମାସ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାରୁ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories