www.samajalive.in
Friday, December 5, 2025
20.1 C
Bhubaneswar

ରେଳ ଷ୍ଟେସନରେ ଦଳାଚକଟା: ୯ ଆହତ

ମୁମ୍ବାଇ: ମୁମ୍ବାଇର ବାନ୍ଦ୍ରା ରେଳ ଷ୍ଟେସନରେ ରବିବାର ଘଟିଛି ଏକ ଅଭାବନୀୟ ଘଟଣା। ପ୍ରବଳ ଭିଡ଼ ଓ ଦଳା ଚକଟାରେ ୯ ଜଣ ଆହତ ହୋଇଛନ୍ତି। ସକାଳ ପ୍ରାୟ ୫ଟା ୫୬ ସମୟରେ ବାନ୍ଦ୍ରା ଟର୍ମିନସ୍‌ର ପ୍ଲାଟଫର୍ମ ନମ୍ବର ୧ରେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ଆହତମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

ସୂଚନା ଅନୁସାରେ, ଦୀପାବଳି ଅବସରରେ ଘରକୁ ଯିବା ପାଇଁ ବାନ୍ଦ୍ରା ଟର୍ମିନସ୍ ରେଳ ଷ୍ଟେସନର ପ୍ଲାଟଫର୍ମ ନମ୍ବର ୧ରେ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଷ୍ଟେସନକୁ ବାନ୍ଦ୍ରା-ଗୋରଖପୁର ଏକ୍ସପ୍ରେସ୍‌ ଟ୍ରେନ୍‌ ଆସିବା ମାତ୍ରେ ଏଥିରେ ଚଢିବା ପାଇଁ ଯାତ୍ରୀଙ୍କ ଭିଡ଼ ବୃଦ୍ଧି ଯୋଗୁ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇ ଦଳାଚକଟା ହୋଇଥିଲା।

- Advertisement -

 

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories