www.samajalive.in
Friday, December 5, 2025
26.1 C
Bhubaneswar

ହରିଦ୍ଵାରରେ ଦଳାଚକଟା, ୬ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଉତ୍ତରାଖଣ୍ଡର ହରିଦ୍ଵାରସ୍ଥିତ ମନ୍‌ସା ଦେବୀ ମନ୍ଦିରରେ ରବିବାର ଦଳାଚକଟା ଘଟି ୬ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନେକ ଶ୍ରଦ୍ଧାଳୁ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ରବିବାର ଛୁଟି ଦିବସ ଥିବାରୁ ମନ୍ଦିରରେ ଦର୍ଶନ ପାଇଁ ବହୁ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କ ଭିଡ଼ ହୋଇଥିଲା। ଶ୍ରଦ୍ଧାଳୁମାନେ ଶିଡ଼ି ଦେଇ ମନ୍ଦିରକୁ ଯାଉଥିବା ସମୟରେ ଠେଲାପେଲା ହେବାରୁ ଦଳାଚକଟା ଘଟିଥିଲା ବୋଲି ଗଡ଼ଓ୍ବାଲ ଡିଭିଜନ କମିସନର ବିନୟ ଶଙ୍କର ପାଣ୍ଡେ ସୂଚନା ଦେଇଛନ୍ତି।

- Advertisement -

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁସ୍କର ସିଂହ ଧାମି ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟରେ କହିଛନ୍ତି, ଏସଡିଆରଏଫ, ସ୍ଥାନୀୟ ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟରେ ଲାଗିଛନ୍ତି। ସ୍ଥାନୀୟ ପ୍ରଶାସନ ସହିତ ସେ ଯୋଗାଯୋଗରେ ରହି ପରିସ୍ଥିତି ଉପରେ ନଜର ରଖିଛନ୍ତି।

ଶ୍ରାବଣ ମାସରେ ହରିଦ୍ଵାରରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ପ୍ରତିବର୍ଷ ବୃଦ୍ଧି ପାଇଥିାଏ। ବିଶେଷକରି ହରି କି ପାଉରି ଏବଂ ମନ୍‌ସା ଦେବୀ ମନ୍ଦିରରେ ସର୍ବାଧିକ ଭିଡ଼ ହୋଇଥାଏ। କିନ୍ତୁ ଚଳିତ ଥର ପୂର୍ବବର୍ଷଗୁଡ଼ିକ ତୁଳନାରେ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ତା’ ଛଡ଼ା ରବିବାର ଯୋଗୁ ଭିଡ଼ ବଢ଼ିବାରୁ ତାହାକୁ ନିୟନ୍ତ୍ରଣ କରିବା ସମ୍ଭବ ହୋଇନାହିଁ। ଯାହାଫଳରେ ଦଳାଚକଟା ଘଟିଛି ବୋଲି କୁହାଯାଉଛି।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories