www.samajalive.in
Wednesday, December 10, 2025
26.1 C
Bhubaneswar

୨୯ରୁ ପୁଣି ଚାଲିବ ଐତିହ୍ୟ ପ୍ରକଳ୍ପ କାମ

-ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର କାର୍ଯ୍ୟ ଆରମ୍ଭ ହେବ
-ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଜମି ଅଧିଗ୍ରହଣ
-ବିନ୍ଦୁସାଗର ପୁଷ୍କରିଣୀ ପାଇଁ ବୁଝାମଣାପତ୍ର ଶୀଘ୍ର

ଭୁବନେଶ୍ବର: ଆସନ୍ତା ୨୯ତାରିଖଠାରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପ କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ବ ଓ ଅନ୍ୟାନ୍ୟ ନିୟମାବଳୀଗୁଡ଼ିକୁ କଡ଼ାକଡ଼ି ଭାବରେ ପାଳନ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଲକଡାଉନ ଯୋଗୁଁ ଏହି କାମ ଦୁଇ ମାସ ଧରି ବନ୍ଦ ରହିଥିଲା। ମୁଖ୍ୟମନ୍ତ୍ରୀ ଆଜି ମୁଖ୍ୟ ଶାସନ ସଚିବ ଓ ଅନ୍ୟ ଅଧିକାରୀଙ୍କ ସହିତ ପୁରୀ ଓ ଭୁବନେଶ୍ବରର ଦୁଇଟି ଗୁରୁତ୍ବପୂର୍ଣ୍ଣ ଐତିହ୍ୟ ପ୍ରକଳ୍ପ ଶ୍ରୀଜଗନ୍ନାଥ ମନ୍ଦିର ଐତିହ୍ୟ ପ୍ରକଳ୍ପ ଏବଂ ଶ୍ରୀ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଥିଲେ। ପୁରୀ ଓ ଭୁବନେଶ୍ବରରେ ଏହି ଦୁଇଟି ପ୍ରକଳ୍ପ ଅନେକ ଦୃଷ୍ଟିରୁ ସ୍ବତନ୍ତ୍ର ଭାବେ ଗୁରୁତ୍ବ ବହନ କରୁଥିବାରୁ ଏହା ତୁରନ୍ତ ଆରମ୍ଭ କରାଯିବା ଆବଶ୍ୟକ ବୋଲି କହିଥିଲେ। ବୈଠକରୁ ଜଣାପଡ଼ିଛି ଯେ ଶ୍ରୀ ସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମହୋଦଧି ମାର୍କେଟ କଂପ୍ଲେକ୍ସ
ଏବଂ ମୂଷା ନଦୀର ସମ୍ପ୍ରସାରଣ ଆଦି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଜାରି ରହିଛି। ଆଉ ଅଳ୍ପ ଜମିର ଅଧିଗ୍ରହଣ ବାକି ରହିଛି। ଏହା ଖୁବ୍ ଶୀଘ୍ର ପ୍ରାୟ ୨-୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ। ଏହାସହିତ ଶ୍ରୀଜଗନ୍ନାଥ ହେରିଟେଜ କରିଡ଼ର, ବଡ଼ଦାଣ୍ଡ ଉନ୍ନତିକରଣ ପ୍ରକଳ୍ପ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଲ୍ଡ଼ିଂର ପୁନର୍ବିକାଶ ପ୍ରକଳ୍ପ, ଜଗନ୍ନାଥ ସଂସ୍କୃତି କେନ୍ଦ୍ର ଆଦି ପ୍ରକଳ୍ପ ପାଇଁ ଡିଜାଇନ ପ୍ରସ୍ତୁତ କରାଯାଉଛି।

- Advertisement -

ସେହିପରି ଲିଙ୍ଗରାଜ ମନ୍ଦିର ପ୍ରକଳ୍ପର ମଧ୍ୟ ବିଭିନ୍ନ କାର୍ଯ୍ୟ ପାଇଁ ପ୍ରସ୍ତୁତି ଚାଲିଛି। ଜମି ଅଧିଗ୍ରହଣ କାର୍ଯ୍ୟ ଖୁବ୍ ଶୀଘ୍ର ଶେଷ ହେବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ମନ୍ଦିର ଓ ବିନ୍ଦୁସାଗର ମଧ୍ୟବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ଯୋଜନା ଓ ଡ଼ିଜାଇନ କାର୍ଯ୍ୟର ପ୍ରସ୍ତୁତି ଚାଲିଛି। ବିନ୍ଦୁସାଗର ଓ ଅନ୍ୟାନ୍ୟ ତୀର୍ଥ ପୁଷ୍କରିଣୀର ଜଳକୁ ନୂତନ ବୈଷୟିକ ଜ୍ଞାନ ସହାୟତାରେ ସ୍ବଚ୍ଛ କରିବା ଓ ଏହାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଭାରତ ସରକାରଙ୍କ ଇଣ୍ଡିଆନ କେମିକାଲ ଇନଷ୍ଟିଚ୍ୟୁଟ ସହିତ ଖୁବ୍ ଶୀଘ୍ର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହେବ ବୋଲି ନିଷ୍ପତ୍ତି ହୋଇଛି।
ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ ଟି), ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସନ ତଥା ପୂର୍ତ୍ତ ସଚିବ, ପୁରୀ ଜିଲାପାଳ ପ୍ରମୁଖ ଯୋଗଦେଇଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories