www.samajalive.in
Tuesday, December 9, 2025
23.1 C
Bhubaneswar

ମିଛ ପ୍ରଚାରରେ ସୀମା ଟପୁଛନ୍ତି ରାଜ୍ୟ ବିଜେପି ନେତା : ବିଜେଡି

ଭୁବନେଶ୍ୱର: ମିଛ ଖବର ପ୍ରଚାର କରିବାରେ ରାଜ୍ୟ ବିଜେପି ନେତାମାନେ ଏବେ ସବୁ ସୀମା ଟପିଗଲେଣି। ବିଜେପି ନେତା ଭୃଗୁ ବକ୍ସିପାତ୍ରଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଏହା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର। ଡକ୍ଟର ପାତ୍ର କହିଛନ୍ତି ଯେ ଗତ ତିନି ଚାରି ମାସ ଧରି ଆଶା, ଅଙ୍ଗନବାଡି କର୍ମୀ, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୁଲିସ ଓ ସରକାରୀ କର୍ମଚାରୀ କରୋନା କବଳରୁ ଲୋକଙ୍କ ଜୀବନ ବଞ୍ଚାଇବାପାଇଁ ଦିନ ରାତି କାର୍ଯ୍ୟ କରୁଛନ୍ତି। ସେମାନଙ୍କ ପାଇଁ ଆହା ପଦେ କହିବା ବଦଳରେ ବିଜେପି ନେତା ସାମ୍ବାଦିକ ସମ୍ମିଳନୀ ଜରିଆରେ ସେମାନଙ୍କ କାର୍ଯ୍ୟକୁ ତାତ୍ସଲ୍ୟ କରିଛନ୍ତି। କରୋନା ବିରୁଦ୍ଧରେ ଲଢେଇ ପାଇଁ ଗଞ୍ଜାମକୁ ଡେପୁଟେସନରେ ଯାଉଥିବା ଡାକ୍ତରମାନଙ୍କୁ ବିରୋଧ କରାଯାଉଛି। ଏଥିରୁ ସ୍ପଷ୍ଟ ହେଉଛି ଯେ ଗଞ୍ଜାମ ଜିଲାରେ ମହାମାରୀ ନିୟନ୍ତ୍ରଣ ଲାଗି ଅଧିକ ଡାକ୍ତର ନିଯୁକ୍ତି ହେବା ସେମାନେ ଚାହାନ୍ତି ନାହିଁ।

ଗତକାଲି ବିରୋଧୀ ଦଳ ନେତା କରୋନା ଯୁଦ୍ଧରେ ଗଞ୍ଜାମକୁ ସମର୍ଥନ କରିନଥିଲେ। ଏଥିରୁ ବିଜେପିର ମନୋଭାବ ପଦାରେ ପଡ଼ିଯାଇଛି। ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ବକ୍ସିପାତ୍ର କହିଛନ୍ତି ଯେ ଗଞ୍ଜାମରେ ଲୋକମାନେ ପୋକ ମାଛି ଭଳି ମରୁଛନ୍ତି। ଲୋକଙ୍କୁ ପୋକ ଓ ମାଛି ବୋଲି ସମ୍ବୋଧନ କରିବା ଫଳରେ ଗଞ୍ଜାମ ଲୋକଙ୍କ ପ୍ରତି ବିଜେପିର ମନୋଭାବ କ’ଣ ତାହା ପଦାରେ ପଡ଼ିଯାଇଛି। ଗଞ୍ଜାମ ଜିଲାରେ କରୋନା ମୁକାବିଲାରେ ଲାଗିଥିବା ଯୋଦ୍ଧାମାନଙ୍କ ପ୍ରତି ତାତ୍ସଲ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଡକ୍ଟର ପାତ୍ର କହିଛନ୍ତି। ଗଞ୍ଜାମ ଜିଲାରେ କାର୍ଯ୍ୟରତ କରୋନା ଯୋଦ୍ଧାମାନଙ୍କୁ ତାତ୍ସଲ୍ୟ କରିବା ବଦଳରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଅନୁଯାୟୀ ତାଙ୍କ ଦଳର ନେତାମାନେ କିଭଳି କରୋନା କଟକଣା ନିୟମ ମାନିବେ ଓ ସାମାଜିକ ଦୂରତା ରକ୍ଷା କରିବେ ତାହା ଉପରେ ଧ୍ୟାନ ଦେବାର ଉଚିତ ବୋଲି ସେ କହିଛନ୍ତି।

Hot this week

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

Related Articles

Popular Categories