www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା: ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ମୋଦୀଙ୍କ ଓଡ଼ିଶା ଗସ୍ତ ପରେ ବୁଧବାର ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା ହୋଇଛି । ବୁଧବାର ସନ୍ଧ୍ୟା ୫ଟାରେ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ସଙ୍ଗଠନ ସମ୍ପାଦକ ଓ କୋର କମିଟିର କିଛି ନେତା ଡାକରା ପାଇବା ପରେ ଦିଲ୍ଲୀ ଗସ୍ତରେ ବାହାରିଛନ୍ତି। ଏହି ବୈଠକରେ ଲୋକସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ ସମ୍ପର୍କରେ ରାଜ୍ୟର ନେତାଙ୍କ ସହ ଆଲୋଚନା କରିବେ କେନ୍ଦ୍ରୀୟ ନେତା । ବୈଠକରେ ୨୪ ନିର୍ବାଚନ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଏହି ବୈଠକରେ ବିଜେପି ସଭାପତି ଜେପି ନଡ୍ଡା, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହିବେ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories