
ସୋମବାର ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର: ଆସନ୍ତାକାଲି ଅପରାହ୍ଣ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୩ରୁ ଊର୍ଦ୍ଧ୍ବ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ରହିଛି। ଓଡ଼ିଆ ନବବର୍ଷ ଉପଲକ୍ଷେ ଆଗାମୀ ଦିନରେ କୃଷି ଓ ମହିଳାଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଯୋଜନା କାର୍ଯ୍ୟକାରୀ କରାଯିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହାସହିତ ସରକାରୀ କର୍ମଚାରୀଙ୍କ କ୍ୟାଡର ପୁନଃଗଠନ ଓ ଚାକିରି ସର୍ତ୍ତାବଳୀରେ ସଂଶୋଧନ ଭଳି ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ରହିଛି।
Comments are closed.