www.samajalive.in
Monday, December 8, 2025
14.1 C
Bhubaneswar

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍‌; ତଥାପି ୫ଶହ ଉପରେ ସଂକ୍ରମିତ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ। ଗତକାଲି ୬୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରେ ୧୨୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ, କିଶୋର ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।।

୫୩୦ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୬୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲାରୁ ୧ ଜଣ, ବାଲେଶ୍ବରରୁ ୧୦ ଜଣ, ବରଗଡ଼ରୁ ୧୯, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୩୪ ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୧, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୩, ଯାଜପୁରରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେଉଁଝରରୁ ୭, ଖୋର୍ଦ୍ଧା ଜିଲାରୁ ୬୫, କୋରାପୁଟ ଜିଲାରୁ ୧୦ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ରୁ ୧୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ବଲପୁରରୁ ୪୪ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୬୫ ଜଣ ଏବଂ ଷ୍ଟେଟପୁଲରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

- Advertisement -

ଆଜିର ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୩, ୨୧, ୧୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୩,୦୭, ୩୦୪ ଜଣ ସୁସ୍ଥ ହୋଇଥିବା ବେଳେ ୪୬୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories