www.samajalive.in
Friday, December 12, 2025
19.1 C
Bhubaneswar

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ: ଜୟୀ, ଶ୍ରୀନିବାସ ଓ ଅନନ୍ତ ପାଇଲେ ‘ମୋହନସୁନ୍ଦର ଦେବ ଗୋସ୍ଵାମୀ ପୁରସ୍କାର’

ସମାଜ ଡିଜିଟାଲ ଡେସ୍କ: ୨୦୨୦, ୨୦୨୧ ଏବଂ ୨୦୨୨ ମସିହା ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ରବିବାର ଭୁବନେଶ୍ଵରର ଏକ ହୋଟେଲରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସିନେ କଳାକାରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର ଏବଂ ଜୟୀରାମ ସାମଲ ମୋହନସୁନ୍ଦର ଦେବ ଗୋସ୍ଵାମୀ ପୁରସ୍କାର ଗ୍ରହଣ କରିଛନ୍ତି।

୨୦୨୦ ମସିହା ପାଇଁ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ବିବେଚିତ ‘ସହିଦ ରଘୁ ସର୍ଦ୍ଦାର’କୁ ପୁରସ୍କାର କରାଯାଇଥିବାବେଳେ ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ମସିହା ଲାଗି ‘ଦମନ’ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କୃତ ହୋଇଛି। ୨୦୨୦ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ଦେବାଶି​‌ଷ ପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ କାବ୍ୟା କିରଣ ଶୁକ୍ଳାଙ୍କୁ ପୁରସ୍କୃତ କରାଯାଇଛି। ୨୦୨୧ର ଶ୍ରେଷ୍ଠ ଅଭିନେତା ପ୍ରତୀକ୍ଷା ଚଳଚ୍ଚିତ୍ରର ଦୀପନ୍ବିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଡାଲଚିନି ଚଳଚ୍ଚିତ୍ରର ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ଦିଆଯାଇଛି। ସେହିପରି ୨୦୨୨ ବର୍ଷ ଲାଗି ଶ୍ରେଷ୍ଠ ଅଭିନେତା ପୁରସ୍କାର ବାବୁସାନ ମହାନ୍ତି(ଦମନ) ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଲୋପାମୁଦ୍ରା ମିଶ୍ର (ବୋଉର ହାତ ବାକ୍ସ)ଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।

- Advertisement -

ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସୂର୍ଯ୍ୟବଂଶୀ ସୁରଜ, ବିଦାୟକ ବାବୁ ସିଂହ, ସଚିବ ବିଷ୍ଣପଦ ସେଠୀ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories