ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧି ଆଉ ୫ ବର୍ଷ ବଢିଲା
ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ୨୦୨୪ ଜାନୁଆରୀ ୧ରୁ ୨୦୨୮ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବୃଦ୍ଧି କରାଯାଇଛି। ଏହାଦ୍ବାରା ୧୦ ଲକ୍ଷ ହିତାଧିକାରୀ ଆଉ ୫ ବର୍ଷ ଯାଏଁ ମାସକୁ ୫ କେଜି ଲେଖାଏଁ ମାଗଣା ଚାଉଳ ପାଇବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ।
Comments are closed.