୪୯୫୪ କୋଟି ଟଙ୍କାର ୩୧ଟି ବୃହତ୍ ପ୍ରକଳ୍ପକୁ ଅନୁମୋଦନ, ସୃଷ୍ଟି ହେବ ୨୪୧୬୨ ନୂଆ ନିଯୁକ୍ତି

ଡେସ୍କ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ ଦୃଶ୍ୟପଟକୁ ପରିବର୍ତ୍ତନ କରିବା ସହ ଏକ ଅଗ୍ରଣୀ ପୁଞ୍ଜିନିବେଶ ସ୍ଥଳର ମାନ୍ୟତା ସୁଦୃଢ଼ କରିବ। ଏହାବ୍ୟତୀତ, ଅନୁମୋଦିତ ପ୍ରକଳ୍ପଗୁଡ଼ିକ ପ୍ରାୟ ୨୪ ହଜାର ୧୬୨ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି, ଯାହା ଏହି ଅଞ୍ଚଳର ସାମଗ୍ରିକ ଅର୍ଥନୈତିକ ବିକାଶ ଏବଂ ନିଯୁକ୍ତି ଅଭିବୃଦ୍ଧିରେ ସହାୟକ ହେବ ।

ବୈଠକରେ ମେକାନିକାଲ ଏବଂ ଇଲେକ୍ଟ୍ରିକାଲ କ୍ୟାପିଟାଲ ଗୁଡ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ୟାକେଜିଂ, ପୋଷାକ ଏବଂ ଟେକ୍ସଟାଇଲ, ଜୈବ ଇନ୍ଧନ, ସବୁଜ ଶକ୍ତି ଉପକରଣ, ଇଏସଡିଏମ, ଇସ୍ପାତ (ଆନୁଷଙ୍ଗିକ), ଅଣ ଧାତବ ଖଣିଜ ଉତ୍ପାଦ (ରିଫ୍ରେକ୍ଟରି ପ୍ରଡକ୍ଟସ), ଇସ୍ପାତ (ଡାଉନଷ୍ଟ୍ରିମ), ପ୍ଲାଷ୍ଟିକ, ଖାଦ୍ୟ, ପାନୀୟ ଏବଂ ଆନୁଷଙ୍ଗିକ କ୍ଷେତ୍ର, କୃଷି ପ୍ରକ୍ରିୟାକରଣ, ପର୍ଯ୍ୟଟନ, ଶକ୍ତି ଏବଂ ଅକ୍ଷୟ ଶକ୍ତି ଏବଂ ଫାର୍ମାସ୍ୟୁଟିକାଲ୍ ସମେତ ବିଭିନ୍ନ କ୍ଷେତ୍ରରେ ଅନେକ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଖୋର୍ଦ୍ଧା, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, ବାଲେଶ୍ୱର, ରାୟଗଡ଼ା, ଢେଙ୍କାନାଳ, ପୁରୀ, ପାରାଦୀପ, କୋରାପୁଟ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୋଟ ୪୯୫୪.୨୬ କୋଟି ଟଙ୍କାର ପୁଞ୍ଜିନିବେଶ ଦ୍ୱାରା ରାଜ୍ୟରେ ୨୪,୧୬୨ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି।

Comments are closed.