www.samajalive.in
Saturday, December 13, 2025
18.1 C
Bhubaneswar

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆ ବର୍ଷ ଭେଟି, ବଢ଼ିଲା ୩% ମହଙ୍ଗା ଭତ୍ତା

ଭୁବନେଶ୍ୱର : ନୂଆବର୍ଷ ପୂର୍ବରୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ମହଙ୍ଗା ଭତ୍ତା ୩%କୁ ବୃଦ୍ଧି କରାଯାଇଛି। ଫଳରେ ରାଜ୍ୟ ସରକାରୀଙ୍କ ମହଙ୍ଗା ଭତ୍ତା ୨୮%ରୁ ୩୧%କୁ ବୃଦ୍ଧି ପାଇଛି। ପେନସନ ଭୋଗୀଙ୍କ ଟିଆଇ ବି ୩% ବୃଦ୍ଧି ନେଇ ଘୋଷଣା କରାଯାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ପହିଲାରୁ ଲାଗୁ ହେବ। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ।

ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୦୧.୦୭.୨୦୨୧ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ ।

- Advertisement -

ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୮ ଅକ୍ଟୋବର ୨୦୨୧ରେ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଓ (dearness relief )ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ଫଳରେ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ,୨୮%ରେ ପହଞ୍ଚିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories