www.samajalive.in
Sunday, December 14, 2025
14.1 C
Bhubaneswar

ଡକରିଘାଟି ବସ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨ ଲକ୍ଷର ସହାୟତା ଘୋଷଣା

ସମାଜ ଡିଜିଟାଲ ଡେସ୍କ: କୋରାପୁଟ ଜିଲାର ଡକରିଘାଟି ନିକଟ ସୁକୁନାଳ ପାଖରେ ବସ ଓଲଟି ୪ ପର୍ଯ୍ୟଟକ ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହିତ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ଜିଲା ଚିକିତ୍ସାଳୟରେ ଚିକିତ୍ସା ବ୍ୟବସ୍ଥା କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, କଟକ ଜିଲା ନିଆଳି ଅଞ୍ଚଳରୁ କିଛି ଲୋକ ବସ ଯୋଗେ ବୈପାରୀଗୁଡ଼ାର ପ୍ରସିଦ୍ଧ ଗୁପ୍ତେଶ୍ଵର ପୀଠକୁ ଦର୍ଶନ କରିବାକୁ ଯାଉଥିଲେ। ପୀଠଠାରୁ କିଛି ଦୂରରେ ଥିବା ଡକରିଘାଟିରେ ବସ ଚଢ଼ୁଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଏହି ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୮ ଜଣ ଆହତ ହୋଇଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories