www.samajalive.in
Friday, December 5, 2025
26.1 C
Bhubaneswar

ମହଙ୍ଗା ପଡ଼ିଲା ଦୁର୍ନୀତି: ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ଵର: ଦୁର୍ନୀତିଖୋର ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ଦୁର୍ନୀତି ଏବଂ ଅପାରଗତା ଯୋଗୁ ମଙ୍ଗଳବାର ରାଜ୍ୟର ୭ ଅଧିକାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଜେଲ ଡିଆଇଜି, ଜଣେ କମାଣ୍ଡାଣ୍ଟ, ଜଣେ ଡିଏସ୍‌ପି, ଜଣେ ଡେପୁଟି କମାଣ୍ଡାଣ୍ଟ, ୨ ଜଣ ଖଣି ଅଧିକାରୀ ଓ ଜଣେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ରହିଛନ୍ତି।

ମଙ୍ଗଳବାର ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀଙ୍କ ମଧ୍ୟରେ ରହିଛନ୍ତି ଜେଲ ବିଭାଗ ଡିଆଇଜି ଗୋପବନ୍ଧୁ ମଲ୍ଲିକ। ସେ ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଥିଲା । ଜେଲ ବିଭାଗରେ ତାଙ୍କ କାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା ବୋଲି ରାଜ୍ୟ ସରକାର ଦର୍ଶାଇଛନ୍ତି।

- Advertisement -

କୋରାପୁଟ ଜିଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ରଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି। ୨୦୧୬ରେ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୁ ସମ୍ପତ୍ତି ଠୁଳ ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଥିବା ବେଳେ ଅକ୍ଟୋବର ୨୦୨୦ରେ ଛତୁଆ ବିଲ୍‌ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟଙ୍କଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ସେ ଧରା ପଡିଥିଲେ । ସେ ବର୍ତ୍ତମାନ ନିଲମ୍ବିତ ଅଛନ୍ତି

ଓଡ଼ିଶା ସଶସ୍ତ୍ର ପୁଲିସର କମାଣ୍ଡାଣ୍ଟ ଏକାନ୍ତ ପ୍ରିୟ ନାୟକ ଦୁର୍ବ୍ୟବହାର ତଥା ତାଙ୍କ ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ଏବଂ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିଲା। ଜଣେ ମଦ୍ୟପ ତଥା ଅଯୋଗ୍ୟ ଅଫିସର ଭାବରେ ତାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା।

ଡିଏସପି ଗୌତମ ମଲ୍ଲିକଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ କରାଯାଇଥିବା ବେଳେ ତାଙ୍କୁ ମଧ୍ୟ ଚାକିରିରୁ ନିଲମ୍ବିତ କରାଯାଇଥିଲା । ତାଙ୍କ ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା। 

ଓଡ଼ିଶା ସଶସ୍ତ୍ର ପୁଲିସର ଡେପୁଟି କମାଣ୍ଡାଣ୍ଟ ଦେବେନ୍ଦ୍ର ନାଥ ବେହେରାଙ୍କ ନାମରେ ଜଙ୍ଗଲରୁ କାଠ ଚୋରି ଅଭିଯୋଗରେ ଏକ ଫୌଜଦାରି  ମାମଲା ରୁଜୁ କରାଯାଇଛି । ସେହିପରି ବିନା ଅନୁମତିରେ ସରକାରୀ ଗାଡିରେ ଅଧସ୍ତନ କର୍ମଚାରୀଙ୍କୁ ବ୍ୟବହାର କରି କାଠ ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି

କନିଷ୍ଠ ଖଣି ଅଧିକାରୀ ସତ୍ୟବ୍ରତ ରାଉତଙ୍କ ବିରୋଧରେ ୫ଟି ଭିଜିଲାନ୍ସ ମାମଲା ରହିଛି। ତାଙ୍କ ସାଧୁତା ସନ୍ଦେହଜନକ। ଦାୟିତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି

କନିଷ୍ଠ ଖଣି ଅଧିକାରୀ ରମେଶ ଚନ୍ଦ୍ର ପଣ୍ଡାଙ୍କ ବିରୁଦ୍ଧରେ ୩ଟି  ଭିଜିଲାନ୍ସ କେସ୍‌ ଥିଲାବେଳେ ତାଙ୍କ ସାଧୁତା ମଧ୍ୟ ସନ୍ଦେହ ଜନକଦାୟିତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିବର୍ତ୍ତମାନ ସେ ମଧ୍ୟ ନିଲମ୍ବିତ ଅଛନ୍ତି। ଏହି ସମସ୍ତ ଅଧିକାରୀମାନଙ୍କ ବିରୋଧରେ ବାଧ୍ୟତାମୂଳକ ଅବସର ନିର୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ରେ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିଲେ । ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୧୦ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତିଦୁର୍ନୀତି ତଥା ଲୋକଙ୍କୁ ସେବା ଯୋଗାଇବାରେ ଅବହେଳା କରୁଥିବା କର୍ମଚାରୀମାନଙ୍କ ପାଇଁ ଏହି ପଦକ୍ଷେପ ସତର୍କ ଘଣ୍ଟି ବୋଲି କୁହାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories