www.samajalive.in
Monday, December 15, 2025
16.1 C
Bhubaneswar

ଆସନ୍ତାକାଲିଠାରୁ କରୋନା ଟୀକାକରଣ ଅଭିଯାନ : ଗାଇଡଲାଇନ୍ ଜାରି କଲେ ସରକାର

ଭୁବନେଶ୍ୱର : କରୋନା ମହାମାରୀ ବିରୁଦ୍ଧରେ ସାରା ବିଶ୍ବର ସର୍ବ ବୃହତ ଟୀକାକରଣ ଅଭିଯାନ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି। ତେବେ ରାଜ୍ୟ ସରକାର ଟୀକାକରଣ ନେଇ ଗାଇଡଲାଇନ୍ ଜାରି କରିଛନ୍ତି।  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ଏ ସଂପର୍କରେ ସୂଚନା ଦେଇ କହିଛନ୍ତି, ଟୀକାକରଣ ପାଇଁ ସବୁ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି। ତେବେ ରାଜ୍ୟର ୧୬୧ କେନ୍ଦ୍ରରେ ଟୀକାକରଣ ହେବ।

ଡାକ୍ତର ପାଣିଗ୍ରାହୀ କହିଛନ୍ତି, ୧୮ ବର୍ଷରୁ କମ୍, ଗର୍ଭବତୀ ଓ ପ୍ରସୂତି କରୋନା ଟିକା ନେଇ ପାରିବେନାହିଁ । ଏଥିସହିତ କୋଭିଡ ଆକ୍ରାନ୍ତ ଓ ଅସୁସ୍ଥ ବ୍ୟକ୍ତିଙ୍କୁ ଟିକା ଦିଆଯାଇ ପାରିବ ନାହିଁ। ସମସ୍ତଙ୍କ ବାହୁରେ କରୋନା ଟିକା ଦିଆଯିବ। ଟିକା ନେବା ପରେ ଅଧଘଣ୍ଟା ଯାଏଁ ପର୍ଯ୍ୟବେକ୍ଷ ରଖାଯିବ ବୋଲି ଡାକ୍ତର ପାଣିଗ୍ରାହୀ କହିଛନ୍ତି । ପ୍ରତ୍ୟେକ ଟିକାଦାନ କେନ୍ଦ୍ରରେ ଶହେ ସ୍ୱାସ୍ଥ୍ୟକର୍ମୀ ଟିକା ନେବେ।

- Advertisement -

ରାଜ୍ୟକୁ କୋଭିସିଲ୍‌ଡର ୪ ଲକ୍ଷ ୮ହଜାର ଡୋଜ୍ ଆସିଛି । ଯାହାର ଗୋଟିଏ ଭାଏଲରୁ ୧୦ଟି ଡୋଜ ଦିଆଯାଇ ପାରିବ । ଅନ୍ୟପକ୍ଷରେ କୋଭାକ୍ସିନର ୨୦ ହଜାର ଡୋଜ୍ ଆସିଛି । ରାଜ୍ୟର ସମସ୍ତ ଜିଲ୍ଲାକୁ ଟିକା ପଠାଯାଇଛି ।
ପ୍ରଥମ ପର୍ୟ୍ୟାୟରେ ରାଜଧାନୀ ଭୁବନେଶ୍ୱରରେ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ଦିଆଯିବାକୁ ଥିବା ବେଳେ ଅନ୍ୟ ସମସ୍ତ ୩୦ଟି ଜିଲ୍ଲାରେ ସେରମ ଇନଷ୍ଟିଚ୍ୟୁଟ୍ ପ୍ରସ୍ତୁତ କୋଭିସିଲ୍ଡ ଟିକା ଦିଆଯିବ । ସବୁଠୁ ଅଧିକ ଟିକା କଟକ ଜିଲ୍ଲାରେ ଦିଆଯିବାକୁ ଥିବାବେଳେ ଦ୍ୱିତୀୟରେ  ଗଞ୍ଜାମ ଜିଲ୍ଲା ରହିଛି ।
ପ୍ରଥମ ପର୍ୟ୍ୟାୟ ଟୀକାକରଣ ରାଜ୍ୟରେ ୩ ଲକ୍ଷ ୩୮ ହଜାର ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ପଞ୍ଜିକୃତ କରାଯାଇଛି। ପ୍ରଥମ ଟିକା ଗ୍ରହଣର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍ ଟିକା ଦିଆଯିବ। ଟିକା ଗ୍ରହଣର ୧୪ଦିନ ପରେ ଶରୀରରେ ଆଣ୍ଟିବଡି ସୃଷ୍ଟି ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଦ୍ୱିତୀୟ ପର୍ୟ୍ୟାୟ ଟିକାକରଣ ପାଇଁ ଗୃହ ବିଭାଗ, ରାଜସ୍ୱ ବିଭାଗ ଓ ନଗର ଉନ୍ନୟନ ବିଭାଗ କର୍ମଚାରୀଙ୍କୁ ୨୫ ତାରିଖ ସୁଦ୍ଧା ପଞ୍ଜିକରଣ କରାଯିବ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories