www.samajalive.in
Monday, December 8, 2025
14.1 C
Bhubaneswar

ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ ସଂଶୋଧିତ

ଭୁବନେଶ୍ୱର : ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (GIS) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ GIS ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। କର୍ମଚାରୀ ମାନଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ GIS ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories