www.samajalive.in
Saturday, December 6, 2025
26.1 C
Bhubaneswar

କେନ୍ଦ୍ରର କଟକଣା କୋହଳ ସତ୍ବେ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ପଡ଼ିବ

ଭୁବନେଶ୍ଵର: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଲକଡାଉନ କୋହଳ ସମ୍ପର୍କିତ ସଂଶୋଧିକ ଗାଇଡ୍‌ଲାଇନ ଜାରି କରାଯାଇଛି। ବିଶେଷ କରି ଏହି ଗାଇଡ୍‌ଲାଇନରେ ଦୋକାନ ଖୋଲିବା କଟକଣାକୁ କୋହଳ କରାଯାଇଛ। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ କେଉଁ ଦୋକାନ ଖୋଲାଯାଇପାରିବ ଏବଂ କେଉଁ ଦୋକାନ ଖୋଲିପାରିବ ନାହିଁ ସେନେଇ ଗାଇଡ୍‌ଲାଇନରେ ଦର୍ଶାଯାଇଛି। ତେବେ ଓଡ଼ିଶାବାସୀଙ୍କ ପାଇଁ ଏହା ଲାଗୁ ହେବ କି ନାହିଁ ତାହାକୁ ନେଇ ଦ୍ବନ୍ଦ୍ବ ଉପୁଜିଛି। କାରଣ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ଏହି ପ୍ରସଙ୍ଗରେ ସ୍ଥାନୀୟ ଅଞ୍ଚଳର ପରିସ୍ଥିତି ଏବଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଚାର କରି ନିଷ୍ପତ୍ତି ନେବେ। ରାଜ୍ୟ ସରକାର ନିଷ୍ପତ୍ତି ନେବା ପର୍ଯ୍ୟନ୍ତ ପୂର୍ବରୁ ବାଦ୍‌ ପଡ଼ିଥିବା ଦୋକାନଗୁଡ଼ିକୁ ଛାଡ଼ି ଅନ୍ୟ ସବୁ ଦୋକାନ ବନ୍ଦ ରହିବ ବୋଲି କମିଶନର ଷଡ଼ଙ୍ଗୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories