www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟ ଅତିଥି ଭବନ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ

ଭୁବନେଶ୍ଵର: ରାଜ୍ୟ ଅତିଥି ଭବନରୁ ରାଜ୍ୟ କାମ କରିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ କରାଯାଇଛି। ନୂଆ କାର୍ଯ୍ୟାଳୟ ହେବା ପର୍ଯ୍ୟନ୍ତ ସେହିଠାରେ ହିଁ ଚାଲିବ ରାଜ୍ୟ କାର୍ଯ୍ୟ। ଗୁରୁବାର ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚି ନିଜ କାର୍ଯ୍ୟ ଆରମ୍ଭ କରିଛନ୍ତି। ପୁରୀରୁ ଫେରି ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି। ସରକାରୀ ଅଧିକାରୀମାନଙ୍କୁ ଡାକି ସେମାନଙ୍କ ସହ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କର କୌଣସି ନିର୍ଦିଷ୍ଟ ବଙ୍ଗଳା ତଥା କାର୍ଯ୍ୟାଳୟ ନାହିଁ। ଦୀର୍ଘ ୨୪ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘର ନବୀନ ନିବାସରୁ ହିଁ ରାଜ୍ୟ ଶାସନ ଚଳାଇ ଆସୁଥିଲେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପାଇଁ ଘର ଖୋଜା ଚାଲିଛି। ନୂଆ କାର୍ଯ୍ୟାଳୟ ପ୍ରସ୍ତୁତ ହେବା ପର୍ଯ୍ୟନ୍ତ ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ହିଁ ସିଏମଓ କାର୍ଯ୍ୟ ଚାଲିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories