www.samajalive.in
Friday, December 5, 2025
20.1 C
Bhubaneswar

ରାଜ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ବିକ୍ରମ ସେନାପତି ଓ ଦିଲ୍ଲୀପ କୁମାର ବିଶୋୟୀ

ଭୁବନେଶ୍ୱର:  ରାଜ୍ୟ ସୂଚନା କମିଶନର ଭାବେ ବିକ୍ରମ ସେନାପତି ଓ ଦିଲ୍ଲୀପ କୁମାର ବିଶୋଇ ବୁଧବାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୂଚନା କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଛନ୍ତି । ଆଜି ଅପରାହ୍ନରେ ରାଜଭବନର ଅଭିଷେକ ହଲ୍‌ରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସୂଚନା କମିଶନରଙ୍କ ନିଯୁକ୍ତି ସଂପର୍କିତ ରାଜ୍ୟପାଳଙ୍କ ନିର୍ଦ୍ଦେଶନାମା ପାଠ କରିବା ପରେ ମାନ୍ୟବର ରାଜ୍ୟପାଳ ନୂତନ କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଥିଲେ ।

- Advertisement -

ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ସୁନୀଲ କୁମାର ମିଶ୍ର, ରାଜ୍ୟ ସୂଚନା କମିଶନର ବାଳକୃଷ୍ଣ ପହାପାତ୍ର, ରାଜ୍ୟପାଳଙ୍କ ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା, ରାଜ୍ୟପାଳଙ୍କ ଅତିରିକ୍ତ ଶାସନ ସଚିବ ଚିତ୍ତରଞ୍ଜନ ମହାନ୍ତି ଏବଂ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ପିଶ୍ର, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଅନ୍ୟାନ୍ୟ ବିଶିଷ୍ଟ ଅତିଥିବୃନ୍ଦ, ରାଜ୍ୟପାଳଙ୍କ ସଚିବାଳୟ ତଥା ସୂଚନା ଓ ଲୋକସଂପର୍କ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories