www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’, ଯୋଗଦେବେ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି। ନଭେମ୍ବର ୧୨ ରୁ ୧୪ ତାରିଖ ଯାଏଁ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହି ମହୋତ୍ସବରେ ବ୍ଲକ ଓ ଜିଲ୍ଲାସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ବିଜେତା ଛାତ୍ରଛାତ୍ରୀମାନେ ଯୋଗ ଦେବେ। ପ୍ରାୟ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିବେ।

ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟମାନ ଆୟୋଜନ କରାଯାଇଛି।

- Advertisement -

ମଙ୍ଗଳବାର ସନ୍ଧ୍ୟାରେ ‘ସୁରଭି’ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିତ୍ୟାନନ୍ଦ ଗଣ୍ଡ, ମେୟର ଭୁବନେଶ୍ୱର ମହାନଗର ନିଗମ  ସୁଲୋଚନା ଦାସ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତ, ବିଧାୟକ ବାବୁ ସିଂ, ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଅତିଥି ଭାବରେ ଯୋଗ ଦେବେ । ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ମାନ୍ୟବର ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ, ନଭେମ୍ବର ୧୪ ଶିଶୁ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମ୍ମାନନୀୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମାନନୀୟା ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ବାବୁ ସିଂ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories