www.samajalive.in
Sunday, December 14, 2025
23.1 C
Bhubaneswar

ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ

ଡେସ୍କ: ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ ଶ୍ରେଷ୍ଠ ଶକ୍ତି କରି ଗଢି ତୋଳିବା।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାର ଏକ ବର୍ଷ ପୂରଣ ପରେ ଦ୍ଵିତୀୟ ବର୍ଷର ପ୍ରଥମ କାର୍ଯ୍ୟକ୍ରମ ହେଉଛି, ଆମର ଏହି ନାରୀ ଶକ୍ତି ସମାବେଶ। କାରଣ, ଆମେ ବିଶ୍ବାସ କରୁ ଯେ ଯେତେ ପର୍ଯ୍ୟନ୍ତ ରାଜ୍ୟର ଅଧା ଜନସଂଖ୍ୟାର ବିକାଶ ହୋଇ ନାହିଁ, ରାଜ୍ୟ କେବେ ବି ବିକଶିତ ହୋଇ ପାରିବ ନାହିଁ। ଐତିହାସିକ ସହର କଟକ ଠାରେ ଏହିକାର୍ଯ୍ୟକ୍ରମର ଶୁଭାରମ୍ଭ ଓଡିଶାର ମାଆ ଓ ଭଉଣୀ ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ନାରୀ ମାନଙ୍କ ସଶକ୍ତିକରଣ ପାଇଁ ସବୁଠୁ ଯୁଗାନ୍ତକାରୀ ଯୋଜନା ଭାବେ ସୁଭଦ୍ରା ଯୋଜନା ବିଷୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ସଫଳତା ଆମ ବଳିଷ୍ଠ ସଂକଳ୍ପର ଏକ ପ୍ରକୃଷ୍ଟ ଉଦାହରଣ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories