www.samajalive.in
Wednesday, December 10, 2025
23.1 C
Bhubaneswar

ଉତ୍କଳମଣ୍ଡପଠାରେ ହେବ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ, ମୁଖ୍ୟଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉତ୍ସାହ ଓ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରର ଉତ୍କଳମଣ୍ଡପଠାରେ ଅପ୍ରେଲ ଏକ ତାରିଖ ସନ୍ଧ୍ୟାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଉଥିବାବେଳେ ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବେ।

ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

- Advertisement -

ସେହିପରି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଦିବସ ସମାରୋହରେ ପ୍ରମୁଖ ଆବାସିକ ଆୟୁକ୍ତ, ନୂଆଦିଲ୍ଲୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଜିଲ୍ଲାସ୍ତରୀୟ ଉତ୍ସବମାନଙ୍କରେ ସଂପୃକ୍ତ ଜିଲ୍ଲାର ଜିଲା ପରିଷଦ ଅଧ୍ୟକ୍ଷମାନେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories