www.samajalive.in
Thursday, December 11, 2025
27.1 C
Bhubaneswar

ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ପାଳନ ଅବସରରେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ଓଡ଼ିଶା ଦିବସ-୨୦୨୩ ପାଳନ ଅବସରରେ ଆଜି ଭୁବନେଶ୍ୱର ଜୟଦେବ ଭବନଠାରେ ଦୁଇଦିନିଆ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଏହି ଫଟୋ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ ।

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଇତିହାସ, ଓଡିଶାର ବରପୁତ୍ରମାନଙ୍କର ସ୍ମରଣୀୟ ଓ ବିରଳ ଫଟୋଚିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍‌ ଏଥିରେ ସ୍ଥାନିତ ହୋଇଥିବାବେଳେ ମନ୍ତ୍ରୀ ଶ୍ରୀ ଅମାତ ଏହାକୁ ବୁଲି ଦେଖିଥିଲେ । ପ୍ରଦର୍ଶନୀର ଉଚ୍ଚପ୍ରଶଂସା କରିବା ସହିତ ଏହା ମାଧ୍ୟମରେ ଜନସାଧାରଣ, ବିଶେଷ କରି ଛାତ୍ରଛାତ୍ରୀ ଆମ ରାଜ୍ୟର ଗୌରବମୟ ଇତିହାସ ବାବଦରେ ଅଧିକ ଜ୍ଞାନ ଆହରଣ କରିପାରିବେ ବୋଲି ସେ ମତବ୍ୟକ୍ତ କରିଥିଲେ ।

- Advertisement -

ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ସତ୍ୟନାରାୟଣ ପ୍ରଧାନ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ପଦସ୍ଥ ଅଧିକାରୀମାନେ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ରାଜ୍ୟସ୍ତରୀୟ ପ୍ରଦର୍ଶନୀରେ ପ୍ରଦର୍ଶିତ ହୋଇଥିବା ଫଟୋଚିତ୍ରଗୁଡ଼ିକ ଇ-ପ୍ରଦର୍ଶନୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଜିଲା ଓ ସାମାଜିକ ଗଣମାଧ୍ୟମରେ ପ୍ରଦର୍ଶିତ କରାଯିବା ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶକ ସୂର୍ଯ୍ୟ ରଞ୍ଜନ ମହାନ୍ତି, ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁ, ଏଆଇପିଆରଓ ହରପ୍ରସାଦ ମହାପାତ୍ର ପ୍ରମୁଖଙ୍କ ତତ୍ତ୍ୱାବଧାନରେ ଏହି ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଥିବାବେଳେ ସହକାରୀ ନିର୍ଦ୍ଦେଶକ ଟି.ବି.ଟି ଅନ୍‌ସାରୀ, ଓଏସ୍‌ଡି ପ୍ରଦୀପ କୁମାର ମହାନ୍ତି, ପ୍ରୋଗ୍ରାମର ମନୋଜ କୁମାର ପଣ୍ଡା ଇ-ପ୍ରଦର୍ଶନୀକୁ ପ୍ରସ୍ତୁତ କରିଛନ୍ତି ।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories