www.samajalive.in
Sunday, December 14, 2025
17.1 C
Bhubaneswar

ରାଜ୍ୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାରେ ଦିବ୍ୟା ଦୀପାନ୍ୱିତା ପ୍ରଥମ

ମ,ରାମପୁର: ରାଜ୍ୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା, ଅନୁଗୋଳରେ କଳାହାଣ୍ଡି ଜିଲା ମ.ରାମପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ସପ୍ତମ ଶ୍ରେଣୀ ଛାତ୍ରୀ , ଦିବ୍ୟା ଦିପାନ୍ନୀତା, ପ୍ରଥମ ସ୍ଥାନ ହାସଲ କରିଛନ୍ତି। ଆଜି ଅନୁଷ୍ଠିତ ଶିକ୍ଷା ବିକାଶ ସମିତି ଓଡ଼ିଶା ଦ୍ବାରା ଆୟୋଜିତ ପ୍ରାନ୍ତ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା, ପତ୍ର ଵାଚନ ପ୍ରତିଯୋଗିତାରେ ଦକ୍ଷିଣ ସମ୍ଭାଗ ସ୍ତରରୁ ମନୋନୀତ ହୋଇ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରି ଥିବାରୁ ସେ ନିଜର ପିତା, ମାତା, ତଥା ସ୍କୁଲର ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀଙ୍କ ସମେତ ଗୁରୁଜୀ ଗୁରୁମାଙ୍କୁ ଅଶେଷ କୃତଜ୍ଞତା ଜଣାଇଛନ୍ତି। ଏଥିରେ ପ୍ରଥମ ସ୍ଥାନ ହାସଲ କରି ସେ ପରବର୍ତ୍ତୀ ସ୍ତର (କ୍ଷେତ୍ର ସ୍ତର)କୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରକାଶ ଥାଉକି ଦିବ୍ୟା ବିଶିଷ୍ଟ ବ୍ୟଙ୍ଗ କବି ସୁଶାନ୍ତ ମିଶ୍ର ଓ ମାତା ସଂଗୀତା ମିଶ୍ରଙ୍କ ଝିଅ ଅଟନ୍ତି। ଏହି ସଫଳତା ପାଇଁ ମ.ରାମପୁର ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories