www.samajalive.in
Monday, December 15, 2025
15.1 C
Bhubaneswar

ଯୁବକମାନଙ୍କ ସାହସ ଓ ସର୍ଜନଶୀଳତା ସମାଜକୁ ଅନୁପ୍ରାଣିତ କରିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଓଡ଼ିଆ ଯୁବ ସମାଜର ଆବଶ୍ୟକତା ହେଉଛି ସମ୍ମାନ ଓ ସ୍ୱାଭିମାନର ସହ ସ୍ୱାବଲମ୍ବୀ ହେବା ଏବଂ ଏହି ସ୍ୱାବଲମ୍ବୀ ହେବା ପାଇଁ ପରିଶ୍ରମ କରିବା ଦରକାର ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଯୁବଗୋଷ୍ଠୀଙ୍କ ଭାବନାକୁ ସଠିକ୍ ଦିଗରେ ପ୍ରେରିତ କରିବା ଏବଂ ସେମାନଙ୍କ ମଧ୍ୟରେ ସାଂସ୍କୃତିକ ବିବିଧତାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଯୁବକମାନଙ୍କ ଉତ୍ସାହ, ସାହସ, ସର୍ଜନଶୀଳତା ସମାଜକୁ ଅନୁପ୍ରାଣିତ କରିବା ସହ ଦିଗଦର୍ଶନ ଦେଇଥାଏ। ଆମର ଜାତି, ସମାଜ, ଭାଷାକୁ ଅକ୍ଷୁର୍ଣ୍ଣ ରଖିବା ଭଳି ଭାବନା ଯୁବକଙ୍କ ମନରେ ତିଆରି କରିବାକୁ ପଡିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ନେହେରୁ ଯୁବ କେନ୍ଦ୍ର ସଂଗଠନ ଦ୍ୱାରା ଆୟୋଜିତ ‘ରାଜ୍ୟସ୍ତରୀୟ ଯୁବ ମହୋତ୍ସବ-୨୦୨୩’କୁ ଉଦଘାଟନ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜିର ଯୁବପିଢିଙ୍କ କାନ୍ଧରେ ହିଁ ଦେଶ ଚରମ ବୈଭବକୁ ପହଞ୍ଚିବ। ଏଥିପାଇଁ ଆମକୁ ଦାସତ୍ୱ ଓ ବିଦେଶୀ ମାନସିକତାକୁ ଦୂର କରିବାକୁ ହେବ। ଦେଶର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଗର୍ବ କରିବାକୁ ହେବ। ଦେଶର ଏକତା ଓ ଅଖଣ୍ଡତାକୁ ଯେଭଳି କ୍ଷତି ନପହଞ୍ଚିବ, ସେଥିପାଇଁ ଆଗଭର ହେବାକୁ ପଡିବ।ନାଗରିକ ଭାବେ କେବଳ ଅଧିକାର ନୁହେଁ ବରଂ ସମାଜର କର୍ତ୍ତବ୍ୟ ଓ ଦାୟିତ୍ୱ ନେବା ପାଇଁ ପଡିବ ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories