www.samajalive.in
Sunday, December 7, 2025
16.1 C
Bhubaneswar

ଝାଡଖଣ୍ଡରେ ତିନି ଦିନିଆ ଶୋକ; ଦୁଇ ଦିନ ପାଇଁ ସରକାରୀ କାର୍ଯ୍ୟ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଝାଡଖଣ୍ଡରେ ୩ଦିନିଆ ରାଜ୍ୟ ଶୋକ ଘୋଷଣା କରାଯାଇଛି । ଝାଡଖଣ୍ଡ ସରକାର ଏବ ନିର୍ଦ୍ଦେଶ ଜାରି କରି କହିଛନ୍ତି ଯେ ଦିବଂଗତ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦଙ୍କ ସମ୍ମାନାର୍ଥେ ରାଜ୍ୟ ସରକାରଙ୍କ ପକ୍ଷରୁ ୪ଅଗଷ୍ଟରୁ ୬ଅଗଷ୍ଟ ପର୍ଯ୍ୟନ୍ତ ରାଜ୍ୟ ଶୋକ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଝାଡଖଣ୍ଡର ଯୁଗ୍ମ ସଚିବ ଅଖିଳେଶ କୁମାର ସିହ୍ନା ଏକ ନିର୍ଦ୍ଦେଶ ଜାରି କରିଛନ୍ତ କହିଛନ୍ତି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଦୁଇ ଦିନ ବନ୍ଦ ରହିବ । ଆଜି ଓ ଆସନ୍ତକାଲି ପାଇଁ ସ୍କୁଲ ବନ୍ଦ କରିବାକୁ ଘୋଷଣା କରାଯାଇଛି । ରାଜ୍ୟ ଶୋକ ସମୟରେ, ରାଜ୍ୟରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ ଏବଂ କୌଣସି ସରକାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ । ଶିବୁ ସୋରେନ ଦୀର୍ଘ ଦିନ ଅସୁସ୍ଥ ରହିବା ପରେ ସୋମବାର ସକାଳେ ଦିଲ୍ଲୀର ସାର୍‍ ଗଙ୍ଗାରାମ ହସ୍ପିଟାଲରେ ମୃତ୍ୟୁ ହୋଇଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories