www.samajalive.in
Sunday, December 14, 2025
17.1 C
Bhubaneswar

ରାଜ୍ୟ ଗ୍ରନ୍ଥାଗାରରେ ପ୍ରେରଣାଦାୟକ ବକ୍ତୃତାମାଳା

ଭୁବନେଶ୍ୱର: ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଦଶମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ହୋଇଛି । ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ଭାରତୀୟ ବାୟୁସେନା ଅବସରପ୍ରାପ୍ତ ଗ୍ରୁପ କ୍ୟାପଟାନ ରଞ୍ଜନ କୁମାର ମଲ୍ଲ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ।

ପାଠକ ପାଠିକାମାନେ ବଡ଼ ସ୍ଵପ୍ନ ଦେଖିବା, ସମୟାନୁବର୍ତ୍ତିତା ହେବା, ସଫ୍ଟ ସ୍କିଲ ଡେଭେଲପମେଣ୍ଟ ଓ ସାମରିକ ବାହିନୀର ବିଭିନ୍ନ ପରୀକ୍ଷା ଉପରେ ପାୱାର ପଏଣ୍ଟ ମାଧ୍ୟମରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ପାଠକ ପାଠିକା ମାନଙ୍କ ସହ ବାର୍ତ୍ତଳାପ ମାଧ୍ୟମରେ ସେମାନଙ୍କ ପ୍ରସ୍ତୁତିରେ ଥିବା ସମସ୍ୟା ଉପରେ ଆଲୋଚନା କରିଥିଲେ।

- Advertisement -

ଓଡିଶା ରାଜ୍ୟ ସଂଗ୍ରହାଳୟ ଅଧୀକ୍ଷକ ଭାଗ୍ୟଲିପି ମଲ୍ଲ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ ଓ ପାଠକ ପାଠିକାମାନଙ୍କୁ ସଂଗ୍ରହାଳୟରେ ଥିବା ବିଭିନ୍ନ ସାମଗ୍ରୀରୁ ଜ୍ଞାନ ଆହରଣ ପାଇଁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମକୁ ଯୁଗ୍ମ ଶାସନ ସଚିବ ତଥା ଗ୍ରନ୍ଥାଗାରର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଅତସୀ ଦାସ ସଂଚାଳନ କରିଥିଲେ। ସେ ପାଠକ ପାଠିକା ମାନଙ୍କୁ ସମୟର ସଦୁପଯୋଗ କରି ନିରନ୍ତର ପ୍ରୟାସ କରିବା ପାଇଁ ଉତ୍ସାହିତ କରିଥିଲେ।

ଶେଷରେ ଗ୍ରନ୍ଥାଗାରର ଗ୍ରନ୍ଥାଧ୍ୟକ୍ଷା ଶ୍ରୀମତୀ ସଙ୍ଘମିତ୍ରା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଗ୍ରନ୍ଥାଧ୍ୟକ୍ଷା ସଳିତା ପାତ୍ର, ଶ୍ରୀମତୀ ମଞ୍ଜୁରାଣୀ ମୁଦୁଲି ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories