www.samajalive.in
Monday, December 15, 2025
24.1 C
Bhubaneswar

ଆଜି ଆଉ ଏକ ଲଘୁଚାପ

ଭୁବନେଶ୍ବର : ଉତ୍ତର-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଓ ସକ୍ରିୟ ମୌସୁମି ବାୟୁ ପ୍ରଭାବରେ ଆସନ୍ତା କାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ପ୍ରଭାବରେ ବୁଧବାର ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା କାଲି ସକାଳୁ ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗୀର ଓ ସୋନପୁର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିମଧ୍ୟରୁ ଅନୁଗୋଳ, ଦେବଗଡ଼ ଓ ସମ୍ବଲପୁର ଜିଲାରେ ଅତି ପ୍ରବଳ ବର୍ଷା ହେବ। ସମସ୍ତ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ଝାରସୁଗୁଡ଼ା, ବାଲେଶ୍ବର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଜିଲାରେ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଦେବଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଏହା ପରଦିନ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ଗୋଟିଏ ଦିନ ପରେ ୨୨ ତାରିଖରେ କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ କୁହାଯାଇଛି। ଆଜି ସଂଧ୍ୟା ସୁଦ୍ଧା ହୀରାକୁଦାରେ ୬୩ ମିମି, ସମ୍ବଲପୁରରେ ୩୫ ମିମି, ନୟାଗଡ଼ରେ ୨୮ ମିମି, ଅନୁଗୋଳରେ ୨୨.୬ ମିମି, ମାଲକାନଗିରିରେ ୨୧.୮ ମିମି, କଟକରେ ୧୮.୨ ମିମି ବର୍ଷା ହୋଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories