www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ଏବଂ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ ପାଇଁ ପୁଲିସ ଏବଂ ଯବାନ ଶପଥ ପାଠ

ଭୁବନେଶ୍ୱର : ଆଜି ସପ୍ତମ ଓଏସଏପି ବାଟାଲିୟନ, ଭୁବନେଶ୍ବରଠାରେ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ଅନୁଷ୍ଠିତ ହୋଇଛି। ସ୍ବାଧୀନ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଦିବସକୁ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଓଏସଏପି ପଡ଼ିଆରେ ବିଧିବଦ୍ଧ ଭାବେ ପ୍ୟାରେଡ ଆୟୋଜନ କରାଯାଇ ସର୍ଦ୍ଦାର ପଟେଲଙ୍କ ସ୍ମୁତିଚାରଣ କରାଯାଇଥିଲା ।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ। ଏହାସହ ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ଏବଂ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ କରିବାପାଇଁ ଡିଜିପି ଶ୍ରୀ ଖୁରାନିଆ ଉପସ୍ଥିତ ପୋଲିସ ଅଧିକାରୀ, କର୍ମଚାରୀ ଏବଂ ଯବାନଙ୍କୁ ଶପଥ ପାଠ କରାଇଥିଲେ। ଏତଦବ୍ୟତୀତ ଶ୍ରୀ ଖୁରାନିଆ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିବା ସହ ତାଙ୍କ କାର୍ଯ୍ୟକ୍ଷବଳୀ, କାର୍ଯ୍ୟଦକ୍ଷତା, ଦେଶପ୍ରେମ ଓ ସ୍ବାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ସ୍ବାଧୀନତା ପରେ ଶହ ଶହ ଛୋଟ ଛୋଟ ଦେଶୀୟ ରାଜ୍ୟଗୁଡିକୁ ଭାରତରେ ମିଶାଇବା ପାଇଁ ସର୍ଦ୍ଦାର ପଟେଲ ଯେଉଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ, ତାହା ଅତୁଳନୀୟ ଥିଲାକ୍ଷ ଯାହା ଫଳରେ ବିଶ୍ବ ଦରବାରରେ ଭାରତ ଆଜି ଏକ ସ୍ବତନ୍ତ୍ର ରାଷ୍ଟ୍ର ଭାବେ ପରିଚୟ ଲାଭ କରିଛି ବୋଲି ମତବ୍ୟକ୍ତ କରିଥିଲେ । ଦେଶର ପ୍ରତ୍ୟେକ ନାଗରିକ ଭାଇଚାରା, ବନ୍ଧୁତା ଏବଂ ଏକତା ହୋଇ ଚାଲିବା ସହ ସମସ୍ତଙ୍କ ମନରେ ଦେଶପ୍ରେମ ରହିବା ଉଚିତ ବୋଲି ଶ୍ରୀ ଖୁରାନିଆକହିଥିଲେ । ଏକତାର ମନୋଭାବ ନେଇ କାର୍ଯ୍ୟ କରିବା ସହ ଭାରତର ଇତିହାସ ପାଇଁ ଏକ ସ୍ବତନ୍ତ୍ର ଅଧ୍ୟାୟ ସୃଷ୍ଟି କରିବାକୁ ଆହ୍ବାନ ଦେଇଥିଲେ। ଏହା ସହ ଆଗାମୀ ଦିନରେ ସମସ୍ତେ ମିଳିମିଶି ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣ, ଅପରାଧ ଓ ନକ୍ସଲ ସମସ୍ୟା ଦମନ କରିବାକୁ ଶ୍ରୀ ଖୁରାନିଆଗୁରୁତ୍ବାରୋପ କରିଥିଲେ । ଲୋକଙ୍କୁ ନ୍ୟାୟ ପ୍ରଦାନ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି ପ୍ୟାରେଡରେ ଏସଏସବିଏନ (ଭୁବନେଶ୍ବର),ଏନଡିଆରଏଫ (ମୁଣ୍ଡଳୀ), ୭ମ ଓଏସଏପି ବାଟାଲିୟନ (ଭୁବନେଶ୍ବର),ଓ.ଏସ.ଏ.ପି ଷଷ୍ଠ ବାଟାଲିୟନ (କଟକ), ଷଷ୍ଠ ଆଇ.ଆର ବାଟାଲିୟନ (ଖୋର୍ଦ୍ଧା),ଓଡ୍ରାଫ(କଟକ),ଟ୍ରାଫିକ (ଭୁବନେଶ୍ବର),ପୋଲିସ କଲର ପାର୍ଟି(କଟକ),ବ୍ରାସବ୍ୟାଣ୍ଡ ପାର୍ଟି (କଟକ)ଅଂଶଗ୍ରହଣ କରିଥିଲେ କ୍ଷ ଶ୍ରୀ ତାପସ ରଞ୍ଜନ ଦାସ (ଉକ୍ଟଜ୍ଞଜ୍ଞବଦ୍ଭୟବଦ୍ଭଗ୍ଧ)ପ୍ୟାରେଡର ନେତୃତ୍ବ ନେଇଥିଲେ।
ଏହି କାର୍ଯ୍ୟକ୍ରମରେଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର,ନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ, ନିର୍ଦ୍ଦେଶକ ଏବଂ ତାଲିମ (ବିପିଏସପିଏ) ସଞ୍ଜୀବ ପଣ୍ଡା,ନିର୍ଦ୍ଦେଶକ (ଭିଜିଲାନ୍ସ) ଶ୍ରୀ ୟଶୱନ୍ତ ଜେଠୱା,ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର,ପୋଲିସ କମିଶନର (ଭୁବନେଶ୍ବର-କଟକ) ଏସ. ଦେବଦତ୍ତ ସିଂ,ଟ୍ରାନ୍ସପୋର୍ଟ କମିଶନର  ଅମିତାଭ ଠାକୁର,ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ.ଏ.ପି) ରାଜେଶ କୁମାରଙ୍କ ସମେତ ପୋଲିସ ବିଭାଗରବହୁ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories