ଗାନ୍ଧୀମାର୍ଗରେ ହେବ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ: ରାଜ୍ୟପାଳ ମୁଖ୍ୟ ଅତିଥି, ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି
ଭୁବନେଶ୍ୱର: କୋଭିଡ଼ ପରିସ୍ଥିତି ଯୋଗୁଁ ଚଳିତ ବର୍ଷ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ କାର୍ଯ୍ୟକ୍ରମକୁ ସୀମିତ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ। ଭୁବନେଶ୍ବର ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳନ କରାଯିବ ଏବଂ ଏଥିରେ ମୁଖ୍ୟ ଅତିଥି ରୂପେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।
ସୂଚନା ଅନୁସାରେ କୋଭିଡ଼ ନିର୍ଦେଶାବଳୀ ଅନୁପାଳନ ସହ ରାଜ୍ୟସ୍ତରୀୟ ଗଣତନ୍ତ୍ର ଉତ୍ସବ ପାଳନ ହେବ । ଏଥର ଅପେକ୍ଷାକୃତ କମ୍ ଅତିଥି ଏବଂ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟାରେ କୋଭିଡ୍ ଯୋଦ୍ଧାମାନେ ଉପସ୍ଥିତ ରହିବେ । ଟିଭି ତଥା ସାମାଜିକ ଗଣମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ ।
ପୂର୍ବରୁ ମୁଖ୍ୟମନ୍ତ୍ରୀ କଟକ ବାରବାଟୀ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରୁଥିଲେ । ମାତ୍ର ଗତବର୍ଷ ଏଥିରେ ପରିବର୍ତନ କରାଯାଇଥିଲା । କଟକ ପରିବର୍ତ୍ତେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହୋଇଥିଲା ସାଧାରଣତନ୍ତ୍ର ଦିବସ । ଗତଥର ଭଳି ଚଳିତଥର ରାଜ୍ୟପାଳ ମୁଖ୍ୟ ଅତିଥି ରୂପେ ପତାକା ଉତ୍ତୋଳନ କରିବେ ।
କୋଭିଡ୍ ନିର୍ଦ୍ଦେଶାବଳୀ ଅନୁପାଳନ ସହ ଚଳିତ ବର୍ଷ ରାଜ୍ୟସ୍ତରୀୟ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯିବ। ୨୬ ଜାନୁଆରୀ, ସକାଳ ୮.୩୦ ମିନିଟ୍ ସମୟରେ ମହାତ୍ମା ଗାନ୍ଧୀ ମାର୍ଗରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବରେ ଜାତୀୟ ପତାକା ଉତ୍ତୋଳନ କରିବେ। ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିବେ। pic.twitter.com/NDDp54utMt
— I & PR Department, Odisha (@IPR_Odisha) January 7, 2021
Comments are closed.