www.samajalive.in
Monday, December 15, 2025
26.1 C
Bhubaneswar

ରାଜସ୍ୱ ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲାମାଡ଼, କନଷ୍ଟେବଳ ଆହତ

ବାଙ୍ଗିରିପୋଷି: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼। ମୟୂରଭଞ୍ଜ ବାଙ୍ଗିରିପୋଷି ଅଞ୍ଚଳରେ ଘଟିଛି ଏ ଘଟଣା। କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ଏବଂ ପବନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ପାଇଁ ଯାଇଥିବାବେଳେ ଘର ଓ କ୍ଷତି ପୂରଣ ଦାବିରେ ରାସ୍ତାରୋକ କରି ମନ୍ତ୍ରୀଙ୍କ କାରକେଡ୍ ଉପରକୁ ଢେଲା ମାଡ଼ କରିଛନ୍ତି ଉତ୍ୟକ୍ତ ଲୋକ।

କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ବିରୋଧ କରିଛନ୍ତି ଲୋକେ। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ମଧ୍ୟ ଲୋକେ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି କହି ସେମାନେ ରୋଷ ଝାଡ଼ିଛନ୍ତି। ଏଥିସହ ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ ଉତ୍ୟକ୍ତ ଲୋକେ ଢ଼େଲା ମାଡ଼ କରିଛନ୍ତି। ଢ଼େଲା ମାଡ଼ରେ କାର୍‌ କାଚ ଭାଙ୍ଗି ଚୁରମାର ହୋଇଯାଇଛି। ଘଟଣା ସ୍ଥଳରେ ଲୋକେ ହୋହଲ୍ଲା କରିଛନ୍ତି। ଢେଲା ପଥର ମାଡ଼ରେ ଜଣେ କନଷ୍ଟେବଳଙ୍କ ମୁଣ୍ଡ ଫାଟିଥିବା ଜଣାପଡ଼ିଛି। ବାରିପଦା ବାଙ୍ଗିରିପୋଷି ଷ୍ଟେସନ୍‌ ଛକରେ ଲୋକେ ବିରୋଧ ପ୍ରଦର୍ଶନ କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories