www.samajalive.in
Saturday, December 6, 2025
17.1 C
Bhubaneswar

ଶିଶୁ ଚାଲାଣ ବନ୍ଦ ସଂପର୍କିତ ସଚେତନତା କର୍ମଶାଳା

ବୌଦ୍ଧ : ବୌଦ୍ଧ ଜଳ ଛାୟା ବିଭାଜନ କାର୍ଯ୍ୟାଳୟର ସଭାଗୃହଠାରେ ବିଶ୍ୱ ଯୁବ କେନ୍ଦ୍ର ପକ୍ଷରୁ ଶିଶୁ ଚାଲାଣ ବନ୍ଦ ସଂପର୍କିତ ଏକ ସଚେତନତା କର୍ମଶାଳା ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ମନୋଜ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କର୍ମଶାଳାରେ ଅତିଥି ଭାବରେ ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଦିପ୍ତ କୁମାର ମହାନ୍ତି, ଜିଲା ବାଲ୍ୟ ବିବାହ ନିରାକରଣ ପରାମର୍ଶଦାତ୍ରୀ ପ୍ରବିଜ୍ଞା ଦାଶ, ହରଭଙ୍ଗା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ସହକାରୀ ଶ୍ରମ ଅଧିକାରୀ କନ୍ୟା କୁମାରୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଶିଶୁ ଚାଲାଣ ଏକ ଧର୍ତ୍ତବ୍ୟ ଅପରାଧ ହୋଇଥିବାବେଳେ ଆମଦେଶ ତଥା ରାଜ୍ୟରେ ଶିଶୁ ଚାଲାଣ ବୃଦ୍ଧି ପାଇବା ନେଇ ଉଦବେଗ ପ୍ରକାଶ ପାଇଛି । ଏହାସହିତ ବାଲ୍ୟ ବିବାହ ଏକ ସାମାଜିକ ବ୍ୟାଧି ଓ ତାହାର ନିରାକରଣ ପାଇଁ ସମସ୍ତେ ଆଗେଇ ଆସିବାକୁ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଉକ୍ତ କାର‌୍ୟ୍ୟକ୍ରମରେ ପୋଲିସ ଅଧିକାରୀ,ସମନ୍ୱିତ ଶିଶୁ ବିକାଶ ଯୋଜନାର ସୁପରଭାଇଜର, ଅଙ୍ଗନବାଡି କର୍ମୀ, ଆଶାକର୍ମୀ ଓ ସ୍ୱେଚ୍ଛା ସେବୀମାନେ ଯୋଗ ଦେଇଥିଲେ ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories