www.samajalive.in
Friday, December 12, 2025
26.1 C
Bhubaneswar

ପାର୍ବଣରେ କଟକଣା ନମାନିଲେ ପୁଲିସ୍ ଗିରଫ କରିବ : ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର : ସୋମବାରଠାରୁ ପୂଜା ପାଇଁ କୋଭିଡ ନିୟମ ଲାଗୁ ହେବ। କଟକ-ଭୁବନେଶ୍ବରରେ ରାତି ୮ଟାରୁ ସକାଳ ୫ ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅମାନିଆଙ୍କ ପାଇଁ ଜରିମାନା ବ୍ୟବସ୍ଥା କରା ଯାଇଛି । ଅଧିକ ଅମାନିଆ ହେଲେ ଗିରଫ କରାଯିବ ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି ।
ସେ କହିଛନ୍ତି, ସୋମବାରଠାରୁ  ରାତି ୮ଟା ପରେ କଟକ-ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ଭାବେ  ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଦଣ୍ଡ ଭୋଗିବେ । ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଯେ କେହି ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ସେ ନିବେଦନ କରିଛନ୍ତି ।
ପାର୍ବଣ ବେଳେ କମିଶନରେଟ୍ ପୁଲିସ୍ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ଓ ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ । କଟକ-ଭୁବନେଶ୍ବରରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ପୁଲିସ୍ କମିଶନର କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଛନ୍ତି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories