www.samajalive.in
Sunday, December 7, 2025
18.1 C
Bhubaneswar

ଦିନ ୧୧ଟାରୁ ୩ଟା ମଧ୍ୟରେ କାମ କରାଇଲେ ଦଣ୍ଡ

ଭୁବନେଶ୍ବର : ଖରାରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଖରାରେ କାମ କରାଇବାକୁ କଡାକଡି ଭାବେ ବାରଣ କରାଯାଇଛି । ଏନେଇ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଏଥିରେ ଦିନ ୧୧ଟାରୁ ୩ଟା ମଧ୍ୟରେ ବାହାରେ କାମ କରାଇବାକୁ ମନା କରାଯାଇଛି । କିଛି ଜିଲାରେ ଏବେ ବି ଖରାରେ ଶ୍ରମିକଙ୍କୁ କାମ କରାଉଥିବା ଦେଖିବାକୁ ମିଳିବା ପରେ ଏମିତି ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଅବମାନନା କଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି ।

- Advertisement -

କହିରଖୁଛୁ ଗ୍ରୀଷ୍ମପ୍ରବାହ ନେଇ ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । କଟକ, ନୟାଗଡ, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜିଠୁ ୫ ଦିନ ଯାଏଁ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ନେଇ ସତର୍କ କରାଯାଇଛି । ବିଶେଷ କରି ଉପକୂଳ ଓଡିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ନେଇ ଆକଳନ କରାଯାଇଛି ।

୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଢିବ ତାପମାତ୍ରା

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories