www.samajalive.in
Sunday, December 14, 2025
26.1 C
Bhubaneswar

ପାନୀୟ ଜଳ ଯୋଗାଣ ବନ୍ଦ ପ୍ରତିବାଦରେ ଶିବସେନାର ବିକ୍ଷୋଭ

ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ଟାଟା କଲୋନୀ ଅନ୍ତର୍ଗତ ସିନ୍ଧି ଗ୍ରାମରେ ଦୁଇ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ଥିବାର ପ୍ରତିବାଦରେ ଶିବସେନା ଗଂଜାମ ଜିଲ୍ଲା ଶାଖା ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଛି । ଏ ନେଇ  ଟାଟା କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ବୋଲି ଅଭିଯୋଗ ହୋଇଛି । ସରକାରଙ୍କ ବିଭିନ୍ନ ଯୋଜନାରେ ଟଙ୍କା ଆସୁଥିଲେ ମଧ୍ୟ ଏହି ଅଂଚଳରେ ଡ୍ରେନ୍ ନିର୍ମାଣ, ରାସ୍ତା ନିର୍ମାଣ ଆଦି କାମ ହେଉନାହିଁ । ତୁରନ୍ତ ଏହି ସବୁର ସମାଧାନ କରିବା ପାଇଁ ବ୍ରହ୍ମପୁର ଉପଜିଲ୍ଲାପାଳଙ୍କୁ ଶିବସେନା ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି । ସେହିପରି ଗୁରୁଣ୍ଠି ଗ୍ରାମପଂଚୟତ ଅନ୍ତର୍ଗତ ଯୋଗିଆପଲ୍ଲୀ ଗ୍ରାମକୁ ଆଜି ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ହୋଇପାରିନାହିଁ । ନିର୍ବାଚନ ସମୟରେ ବିଭିନ୍ନ ରାଜନୈତିକ ଦଳ ପ୍ରତିଶ୍ରୁତି ଦେଇ ପ୍ରତାରଣା କରୁଛନ୍ତି ।  ତୁରନ୍ତ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ଦାବି କରି ଏହି ବାବଦରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories