www.samajalive.in
Sunday, December 7, 2025
15.1 C
Bhubaneswar

୧୨ଘଣ୍ଟିଆ କେନ୍ଦ୍ରାପଡା ବନ୍ଦ

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରା ଫଳରେ କେନ୍ଦ୍ରାପଡା ପୌରାଞ୍ଚଳରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି। ସହରରେ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଗୁରୁବାର ରାଷ୍ଟ୍ରୀୟ ସୁରକ୍ଷା ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ପୁଲିସ ସହରରେ ଫ୍ଲାଗ ମାର୍ଚ୍ଚ କରିବା ସହ ଶାନ୍ତି କମିଟି ବୈଠକ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ କରୁଛି।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡ଼ା ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭା ଆୟୋଜନକୁ କେନ୍ଦ୍ର କରି ବୁଧବାର ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ତେବେ ପୁଲିସ ଓ ପ୍ରଶାସନର ହସ୍ତକ୍ଷେପ ପରେ ପରିସ୍ଥିତି ଏବେ ଶାନ୍ତ ପଡିଥିଲେ ମଧ୍ୟ ଚାପା ଉତ୍ତେଜନା ଲାଗି ରହିଛି। ସହରରେ ଶାନ୍ତି ବଜାୟ ରଖିବା ଓ କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜିବା ଲାଗି ସହରରେ ୧୪୪ ଧାରା ଜାରି କରାଯାଇଛି। ସହରରେ ୬ ପ୍ଲାଟୁନ୍‍ ପୁଲିସ ଫୋର୍ସ ମୁତୟନ ସହ ୪ଟି ମୋବାଇଲ ପାଟ୍ରୋଲିଂ ଦଳ ସହରର ବିଭିନ୍ନ ସ୍ଥାନରେ ପଇଁତରା ମାରୁଛନ୍ତି। ବିଶେଷ କରି କେନ୍ଦ୍ରାପଡ଼ା ପୁରୁଣା ଓ ନୂଆ ବସ୍‍ଷ୍ଟାଣ୍ଡ ସହ ତିନିମୁହାଁଣି ଛକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏପରିକି ସହରରେ ଇଣ୍ଟରନେଟ୍‌ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଥିବା ଶୁଣାଯାଉଛି। ଏହି ବିବାଦର ସମାଧାନ ଲାଗି ଶାନ୍ତି କମିଟି ବୈଠକ ଡକାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories