www.samajalive.in
Sunday, December 7, 2025
23.1 C
Bhubaneswar

ରାସ୍ତା ମରାମତି ଦାବିରେ ରାସ୍ତାରୋକ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୁଲିସ

ଭବାନୀପାଟଣା: ଭବାନୀପାଟଣା ସଦର ଥାନା ଅଧୀନସ୍ଥ ମାଣିଙ୍ଗ-ପାଷ୍ଟିକୁଡି-ଦାଦପୁର-ଦେପୁର ରାସ୍ତା ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ରହିଛି। ଏହାର ମରାମତି ଦାବିରେ ସ୍ଥାନୀୟ ଗ୍ରାମବାସୀ ବୁଧବାର ରାସ୍ତାରୋକ ଆନ୍ଦୋଳନ ଚଳାଇଥିବା ବେଳେ ପୁଲିସ ସେମାନଙ୍କୁ ଉଠାଇ ନେଇଛି।
ସୂଚନାଯୋଗ୍ୟ, ମାଣିଙ୍ଗ-ପାଷ୍ଟିକୁଡି-ଦାଦପୁର-ଦେପୁର ରାସ୍ତା ମରାମତି ଅଭାବରୁ ଖାଲଖମାରେ ଭର୍ତ୍ତି ହୋଇଛି। ଏହାର ମରାମତି କାମପାଇଁ ଟେଣ୍ଡର ହୋଇଥିଲେ ମଧ୍ୟ ତାହା କାର୍ୟ୍ୟକାରୀ ହେଉନାହିଁ। ବାରମ୍ବାର ଦାବି ସତ୍ତ୍ବେ ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରୁନାହାନ୍ତି। ଏହାର ପ୍ରତିବାଦରେ ଆଜି ଦାଦପୁର ପଞ୍ଚାୟତର ଗ୍ରାମବାସୀ ମାନେ ଦାଦପୁର ଛକ ଠାରେ ରାସ୍ତା ରୋକ କରିଥିଲେ। ଫଳରେ ଦୁଇ ପାର୍ଶ୍ବରେ ବହୁ ସଂଖ୍ୟକ ଯାନବାହାନ ଅଟକି ରହିଥିଲା। ଖବର ପାଇ ସଦର ପୁଲିସ, ତହସିଲଦାର ଏବଂ ପୂର୍ତ୍ତ ବିଭାଗର ଜଣେ କନିଷ୍ଠ ଯନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ। ଯେ ପର୍ଯ୍ୟନ୍ତ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଘଟଣାସ୍ଥଳକୁ ନ ଆସିଛନ୍ତି ସେ ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିବା ପରେ ପୁଲିସ ଆନ୍ଦୋଳନକାରୀଙ୍କୁ ଉଠାଇ ନେଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories