www.samajalive.in
Saturday, December 6, 2025
14.1 C
Bhubaneswar

ଚିକିତ୍ସା ଅବହେଳାରୁ କର୍ମଚାରୀଙ୍କ ମୃତ୍ୟୁ ଅଭିଯୋଗ : କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ କ୍ୟାପିଟାଲ ହସ୍ପିଟାଲର ଜଣେ କର୍ମଚାରୀଙ୍କର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ହସ୍ପିଟାଲ ପରିସରରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି। ମୃତକଙ୍କ ଅନ୍ୟ ସହଯୋଗୀ କର୍ମଚାରୀମାନେ ବୁଧବାର ସୁପରିଟେଣ୍ଡେଣ୍ଟଙ୍କ କାର୍ୟ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଥିଲେ। ପରେ ହସ୍ପିଟାଲ କର୍ତ୍ତୃପକ୍ଷ ସେମାନଙ୍କୁ ବୁଝାସୁଝା କରିବାରୁ ଧାରଣା ପ୍ରତ୍ୟାହୃତ ହୋଇଥିଲା।

ସୂଚନା ଅନୁସାରେ, ଏସଏନସିୟୁରେ କାର୍ଯ୍ୟରତ ଥିବା ଜଣେ କର୍ମଚାରୀ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ମଙ୍ଗଳବାର ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରିବା ପାଇଁ ପରିବାର ଲୋକେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। କିନ୍ତୁ ଆଇସିୟୁ ଦେବାକୁ କର୍ତ୍ତୃପକ୍ଷ ମନା କରିଦେଇଥିଲେ ଏବଂ ତାଙ୍କୁ କାଜୁଆଲଟିରେ ଭର୍ତ୍ତି କରାଯାଇଥିଲା। ଏହାଦ୍ବାରା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଧୀରେଧୀରେ ବିଗିଡ଼ି ଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ତେଣୁ ଚିକିତ୍ସାରେ ଅବହେଳା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲର ଚତୁର୍ଥ ଶ୍ରେଣୀ କର୍ମଚାରୀମାନେ ଅଭିଯୋଗ କରି ଧାରଣା ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories